ୱାୟନାଡ ସ୍ଥିତି ପରିଖିଲେ ପ୍ରଧାନମନ୍ତ୍ରୀ : ୨ହଜାର କୋଟି ଟଙ୍କାର ସହାୟତା ମାଗିଲେ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ

କେରଳର ୱାୟନାଡ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ପରିଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶନିବାର ଆକାଶମାର୍ଗରୁ ନୀରିକ୍ଷଣ କରିବା ସହ ଭୂସ୍ଖଳନ ଦ୍ୱାରା ହୋଇଥିବା କ୍ଷୟକ୍ଷତି ଅଞ୍ଚଳରେ ପହଞ୍ଚି ସମୀକ୍ଷା କରିଛନ୍ତି। ଏହି ସମୟରେ କେରଳର ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ଉପସ୍ଥିତ ରହିଥିଲେ। ଏହି ବିପର୍ଯ୍ୟୟକୁ ଜାତୀୟ ବିପର୍ଯ୍ୟୟ ଘୋଷଣା କରିବାକୁ କେରଳର ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି। ଏହାସହିତ ୨ହଜାର କୋଟି ଟଙ୍କାର ସହାୟତା ମାଗିଛନ୍ତି ମୁଖ୍ୟମନ୍ତ୍ରୀ। ମୋଦୀଙ୍କ ସମୀକ୍ଷା ପରେ ପୀଡିତଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିପାରନ୍ତି କେନ୍ଦ୍ର ସରକାର। ୩୦ଜୁଲାଇରେ କେରଳରେ ପ୍ରବଳ ବର୍ଷା ଯୋଗୁ ୱାୟନାଡ ଜିଲାରେ ଭୂସ୍ଖଳନ ଘଟିଥିଲା। ଏଯାଏଁ ଏହି ଅଘଟଣରେ ୩୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ଏବେବି ନିଖୋଜ ଅଛନ୍ତି।

Leave A Reply

Your email address will not be published.