ସିଂହଦ୍ୱାର ସମ୍ମୁଖରେ ଆରମ୍ଭ ହେଲା ରଥ ଭଙ୍ଗା କାର୍ଯ୍ୟ

ପୁରୀ ୧ ୧/୮ (ପିପିଏସ) : ନବଦିନାତ୍ମକ ଯାତ୍ରା ସାରି ମହାପ୍ରଭୁ ରତ୍ନସିଂହାସନରେ ବିରାଜମାନ କରିଛନ୍ତି । ହେଲେ ଚତୁର୍ଦ୍ଧାବିଗ୍ରହ ଯାତ୍ରା କରିଥିବା ତିନିରଥ ସିଂହଦ୍ୱାର ସମ୍ମୁଖରେ ରହିଥିବା ବେଳେ ଆଜିଠାରୁ ଭଙ୍ଗା ଆରମ୍ଭ ହୋଇଛି । ଶ୍ରୀମନ୍ଦିର ପ୍ରଶାସନର ଚିଠି ପାଇବା ପରେ ଆଜି ଭୋଇ ସର୍ଦ୍ଦାରଙ୍କ ନେତୃତ୍ୱରେ ଆରମ୍ଭ ହୋଇଛି ରଥଭଙ୍ଗା କାର୍ଯ୍ୟ । ଆଜିଠାରୁ ତିନି ରଥ ଭଙ୍ଗା କାର୍ଯ୍ୟ ବିଧିବଦ୍ଧ ଭାବେ ଆରମ୍ଭ ହୋଇଛି । ନିୟମ ଅନୁଯାୟୀ ଆଜି ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ଭଙ୍ଗା ଯାଉଛି । ଏହାପରେ ତାଳଧ୍ୱଜ ରଥ ଭଙ୍ଗାଯିବ । ଶେଷରେ ନନ୍ଦିଘୋଷ ରଥ ଭଙ୍ଗାଯିବାର ପରମ୍ପରା ରହିଛି । ତେବେ ଆଜି ଭୋଇ ସର୍ଦ୍ଧାର ଅନୁକୁଳ କରିବା ପରେ ପ୍ରଥମେ କଳସରୁ ଆରମ୍ଭ ହୋଇଛି ଭଙ୍ଗା କାମ । ତା ପରେ ପାରାଭାଡି ଓ ପରେ ପରେ ଦ୍ୱାରବେଢା ଭଙ୍ଗା ଯାଉଛି ।

Leave A Reply

Your email address will not be published.