ଭୁବନେଶ୍ୱର,୧୧/୮/୨୪(ପିପିଏସ) : ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କି’ଏ କେଉଁଠି ପତାକା ଉତ୍ତୋଳନ କରିବେ ସେନେଇ ସରକାରଙ୍କ ପକ୍ଷରୁ ରବିବାର ଏକ ବିଜ୍ଞପ୍ତି ଜାରି କରାଯାଇଛି।
ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପତାକା ଉତ୍ତୋଳନ କରିବେ ବୋଲି ଜଣାପଡିଛି। ସେହିପରି ନୂଆପଡ଼ାରେ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି। ଏପରିକି କଟକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପତାକା ଉତ୍ତୋଳନ କରିବେ। କଳାହାଣ୍ଡିରେ ମନ୍ତ୍ରୀ ସୁରେଶ ପୂଜାରୀ ପତାକା ଉତ୍ତେଜନ କରିବାର କାର୍ଯ୍ୟକ୍ରମ ରହିଥିବା ବେଳେ ସୁନ୍ଦରଗଡ଼ରେ ରବି ନାରାୟଣ ନାଏକ ପତାକା ଉତ୍ତେଜନ କରିବେ।
ସେହିପରି କୋରାପୁଟରେ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁରରେ କୃଷ୍ଣଚନ୍ଦ୍ର ପାତ୍ର, ଗଞ୍ଜାମରେ ପୃଥ୍ବୀରାଜ ହରିଚନ୍ଦନ, ବରଗଡ଼ରେ ମୁକେଶ ମହାଲିଙ୍ଗ, ଗଜପତିରେ ବିଭୂତି ଭୂଷଣ ଜେନା, ବାଲେଶ୍ୱରରେ କୃଷ୍ଣଚନ୍ଦ୍ର ମହାପାତ୍ର, ବଲାଙ୍ଗୀରରେ ଗଣେଶ ରାମସିଂ ଖୁଣ୍ଟିଆ, ମାଲକାନଗିରିରେ ସୂର୍ଯ୍ୟବଂଶୀ ସୂରଜ, ଖୋର୍ଦ୍ଧାରେ ପ୍ରଦୀପ ବଳସାମନ୍ତ, କନ୍ଧମାଳରେ ଗୋକୁଳାନନ୍ଦ ମଲ୍ଲିକ, ରାୟଗଡ଼ାରେ ସମ୍ପଦ ଚନ୍ଦ୍ର ସ୍ବାଇଁ ପ୍ରମୁଖ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି।
Sign in
Sign in
Recover your password.
A password will be e-mailed to you.