ମଙ୍ଗଳବାର ପ୍ରବଳ ବର୍ଷିବ : ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କ ସୂଚନା

ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ମଙ୍ଗଳବାର ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୫ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଅନ୍ୟପକ୍ଷରେ ରାଜ୍ୟରେ ନିଅଣ୍ଟିଆ ବର୍ଷା ପରିସ୍ଥିତି ଜାରି ରହିଛି। ଗତ ଜୁନ୍‍ ପହିଲାରୁ ଆଜି ପର୍ଯ୍ୟନ୍ତ ସ୍ୱାଭାବିକ ବର୍ଷାଠାରୁ ୯ ପ୍ରତିଶତ କମ୍‍ ବର୍ଷା ହୋଇଥିବାର ସୂଚନା ମିଳିଛି । ଏହି ସମୟ ମଧ୍ୟରେ ୧୦ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.