ରକ୍ଷା ବନ୍ଧନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୧୯-୦୮-୨୪ (ପିପିଏସ ) : ପବିତ୍ର ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏହି ଅବସରରେ, ଭାରତୀୟ ସଂସ୍କୃତିର ଏହି ଅନନ୍ୟ ପର୍ବ ଆମର ସାମାଜିକ ମୂଲ୍ୟବୋଧକୁ ଆହୁରି ସୁଦୃଢ଼ କରୁ ବୋଲି କହିଲେ ମୁଖ୍ୟମନ୍ତ୍ରୀ। ଅନ୍ୟପଟରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଅନୁରୂପ ଭାବରେ ରକ୍ଷା ବନ୍ଧନ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।