ଭାରତୀୟ ପ୍ରଶାସନିକ ସେବା ସ୍ତରରେ ବଡଧରଣର ଅଦଳ ବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ବର,୨୨ -୮-୨୪ (ପିପିଏସ ) : ରାଜ୍ୟରେ ଆଇଏଏସ ସ୍ତରରେ ବୁଧବାର ଏକ ବଡ଼ ଧରଣର ଅଦଳବଦଳ ନେଇ ସାଧାରଣ ପ୍ରସାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ବିଜ୍ଞପ୍ତି ଅନୁଯାୟୀ, ୧୮ ଜଣଙ୍କୁ ଅଧିକାରୀଙ୍କୁ ଅଦଳ ବଦଳ କରାଯାଇଛି । ସତ୍ୟବ୍ରତ ସାହୁଙ୍କୁ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ (ACS) ଦାୟିତ୍ୱ ପ୍ରଦାନ କରାଯାଇଛି। ଦେଓ ରଞ୍ଜନ କୁମାର ସିଂହ ହେଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ACS । ଏଥିସହ SRC ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ ଦେଓ ରଞ୍ଜନ କୁମାର ସିଂହ।

ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଥିବା ହେମନ୍ତ ଶର୍ମାଙ୍କୁ ଶକ୍ତି ବିଭାଗର ମୁଖ୍ୟ ସଚିବ ଭାବେ ବଦଳି କରାଯାଇଛି । ସାମାଜିକ ନ୍ୟାୟ ଓ ସଶକ୍ତିକରଣ ବିଭାଗର ମୁଖ୍ୟ ସଚିବ ଥିବା ବିଷ୍ଣୁପଦ ସେଠିଙ୍କୁ ଓଡ଼ିଆ ଭାଷା, ସଂସ୍କୃତି ବିଭାଗର ମୁଖ୍ୟ ସଚିବ ଭାବେ ବଦଳି କରାଯାଇଛି । କୌଶଳ ଦକ୍ଷତା ଓ ବୈଷୟିକ ଶିକ୍ଷା ବିଭାଗର ସଚିବ ଉଷା ପାଢ଼ୀଙ୍କୁ ନଗରଉନ୍ନୟନ ବିଭାଗର ମୁଖ୍ୟ ସଚିବ ଭାବେ ବଦଳି କରାଯାଇଛି। ସେ ବାଣିଜ୍ୟ ଓ ପରିବହନ ବିଭାଗର ମୁଖ୍ୟ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

ଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ଥିବା ବିଶାଳ ଗଗନଙ୍କୁ ନୂଆଦିଲ୍ଲୀରେ ଆବାସିକ କମିଶନର ଭାବେ ବଦଳି କରାଯାଇଛି। ରାଜ୍ୟପାଳଙ୍କ ମୁଖ୍ୟ ସଚିବ ଥିବା ଏନବିଏସ ରାଜପୁତଙ୍କୁ କୌଶଳ ଦକ୍ଷତା ଓ ବୈଷୟିକ ଶିକ୍ଷା ବିଭାଗର ମୁଖ୍ୟ ସଚିବ ଭାବେ ବଦଳି କରାଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମୁଖ୍ୟ ସଚିବ ଥିବା ଶାଳିନୀ ପଣ୍ଡିତଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ଭାବେ ବଦଳି କରାଯାଇଛି।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ଥିବା ଅସ୍ବଥି ଏସଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ଭାବେ ବଦଳି କରାଯାଇଛି। ଅନୁସୂଚିତ ଜାତି-ଜନଜାତି ବିଭାଗର କମିଶନର ଥିବା ରୁପା ରୋଶନ ସାହୁଙ୍କୁ ଦକ୍ଷିଣାଂଚଳ ଆରଡିସି ଭାବେ ବଦଳି କରାଯାଇଛି। ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବଙ୍କୁ ଆରଡିସି, ସମ୍ବଲପୁର ଓ ଓଏମସି ନିର୍ଦ୍ଦେଶକ ବଳବନ୍ତ ସିଂହଙ୍କୁ ପର୍ଯ୍ୟଟନ ବିଭାଗର କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

ସେହିପରି ବି ପରମେଶ୍ୱରନଙ୍କୁ ଆରଡିସି, କଟକ, ଏନ ତିରୁମାଲା ନାୟକଙ୍କୁ ବିଡିଏର ଭାଇସ ଚେୟାରମ୍ୟାନ ଭାବେ ବଦଳି କରାଯାଇଛି। ସେହିପରି ସମର୍ଥ ବର୍ମାଙ୍କୁ ପର୍ୟ୍ୟଟନ ବିଭାଗର ନିର୍ଦ୍ଦେଶକ, ଅନନ୍ୟା ଦାସଙ୍କୁ ଓସେପାର ନିର୍ଦ୍ଦେଶିକା ଭାବେ ବଦଳି କରାଯାଇଛି ।

Leave A Reply

Your email address will not be published.