ଆଉ ନାହାନ୍ତି ଆଇଏଲଏସ୍ ବୈଜ୍ଞାନିକ ଡକ୍ଟର ସନ୍ଦୀପ ମିଶ୍ର : କର୍କଟ ରୋଗର ଚିକିତ୍ସା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଲାଗି ଥିଲେ ଚର୍ଚ୍ଚାରେ
ଭୁବନେଶ୍ବର,୨୫-୦୮-୨୪ (ପିପିଏସ) : କର୍କଟ ରୋଗର ଚିକିତ୍ସା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଲାଗି ଚର୍ଚ୍ଚାରେ ଥିବା ଆଇଏଲଏସ୍ ବୈଜ୍ଞାନିକ ଡକ୍ଟର ସନ୍ଦୀପ ମିଶ୍ର ଆଉ ନାହାନ୍ତି। ଭୁବନେଶ୍ୱର ସ୍ଥିତ ଘରୁ ଡକ୍ଟର ସନ୍ଦୀପ ମିଶ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ତାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି। ବୈଜ୍ଞାନିକ ସନ୍ଦୀପ ମିଶ୍ର ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଥିବା ବେଳେ ଏହାପଛର କାରଣ ସ୍ପଷ୍ଟ ହୋଇନାହିଁ। ଏନେଇ ପରିବାର ଲୋକଙ୍କ ପ୍ରତିକ୍ରିୟା ମିଳିନାହିଁ । ତାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି।
ଆଜି ସକାଳେ ସନ୍ଦୀପ ମିଶ୍ରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।