ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ଭିକେ ପାଣ୍ଡିଆନଙ୍କ ନାଁ ନେଇ ଚାକିରି କରାଇ ଦେବା ନାଁରେ ଏକାଧିକ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ ମାମଲାରେ ଫସିଥିବା ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ୩ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟ ସସ୍ମିତା ମାଝୀଙ୍କୁ ବିଜେଡିରୁ ବହିଷ୍କାର କରାଯାଇଛି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ବହିଷ୍କାର କରାଯାଇଥିବା ନେଇ ଦଳ ତରଫରୁ ଏକ ପ୍ରେସ୍ ରିଲିଜ୍ ଜରିଆରେ ସୂଚନା ଦିଆଯାଇଛି। ଜନବିରୋଧୀ କାର୍ଯ୍ୟ ଯୋଗୁ ସସ୍ମିତା ମାଝୀଙ୍କୁ ଦଳରୁ ବହିଷ୍କାର କରାଯାଇଥିବା ପ୍ରେସ୍ ରିଲିଜରେ ଉଲ୍ଲେଖ କରାଯାଇଛି l