ଓଡ଼ିଶାର ଦୁଇ ଶିକ୍ଷକ ପାଇବେ ‘ଜାତୀୟ ଶିକ୍ଷକ ପୁରସ୍କାର’

ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ଆସନ୍ତା ଗୁରୁଦିବସ ଅବସରରେ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇଜଣ ଶିକ୍ଷକଙ୍କୁ ମନୋନୀତ କରାଯାଇଛି । ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଏହି ଦୁଇ ଶିକ୍ଷକଙ୍କ ସମେତ ଦେଶର ମୋଟ ୫୦ଜଣ ଶିକ୍ଷକଙ୍କୁ ପୁରସ୍କୃତ କରିବାର କାର୍ଯ୍ୟକ୍ରମ ରହିଛି ।

ସୂଚନା ଅନୁସାରେ, କଳାହାଣ୍ଡି ଜିଲ୍ଲାର ନର୍ଲାସ୍ଥିତ ଜୟଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଓ ରାୟଗଡ଼ା ଜିଲ୍ଲାର ବିଲେସୁସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ୱିତିଚନ୍ଦ୍ର ସାହୁଙ୍କୁ ଚଳିତବର୍ଷ ‘ଜାତୀୟ ଶିକ୍ଷକ ପୁରସ୍କାର’ ପ୍ରଦାନ କରାଯିବ ।

Leave A Reply

Your email address will not be published.