ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ସଂପର୍କରେ ଉନ୍ନୟନ କମିଶନରଙ୍କ ଜିଲ୍ଲାପାଳଙ୍କ ସହିତ ବୈଠକ

ସମ୍ବଲପୁର/ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ସମ୍ବଲପୁର ସହର OSWAN ସମ୍ମିଳନୀ କକ୍ଷରେ ଗୁରୁବାର ଅପରାହ୍ନରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଶୁଭଦ୍ରା ଯୋଜନା ଉପରେ ଆଭାସୀ ମାଧ୍ୟମରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ବୈଠକରେ ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ଵର ବଳିରମ ବୋନ୍ଦର (ଆଇ.ଏ.ଏସ), ଶ୍ରୀ ଧର୍ମେନ୍ଦ୍ର କୁମାର ମଲ୍ଲିକ ସିଡିଏ-କମ-ଇଓ, ଜିଲ୍ଲା ପରିଷଦ, ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ବୈଷୟିକ ଶ୍ରୀ ବି.ବି ପଟ୍ଟନାୟକ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସନ୍ଧ୍ୟାରାଣୀ ନେପାକ, ଡିପିସି ମିଶନ ଶକ୍ତି ଭାରତୀ ବେସ୍ରା, ଡିପିଏମ ଓଏଲଏମ ପୁଷ୍ପଶ୍ରୀ ନାୟକ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସଂଯୁକ୍ତା କୁଲୁ ଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ |

ସୁଭଦ୍ରା ଯୋଜନା ସଂପର୍କରେ ଗତକାଲି କ୍ୟାବିନେଟରେ ଅନୁମୋଦନ ପରେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ବିଧାନସଭାରେ ଏହାର କାର୍ଯ୍ୟକାରିତା ନେଇ ଅବଗତ କରାଇଛନ୍ତି । ମାନ୍ୟବର ପ୍ରଧାନମନ୍ତ୍ରୀ ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ଏହି ଯୋଜନା ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ଏହି ଯୋଜନା ସଂପର୍କରେ ପ୍ରଥମେ ଭଲଭାବେ ବୁଝି ଏହାକୁ କାର୍ଯ୍ୟକାରୀ କରିବାପାଇଁ ଉନ୍ନୟନ କମିଶନର ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ । ହିତାଧିକାରୀମାନେ ଯେପରି ସଠିକ୍ ସୂଚନା ପାଇବେ ଏବଂ ଆବେଦନ କରିପାରିବେ, ସେଥିପାଇଁ ସମସ୍ତ ଆବଶ୍ୟକ ବ୍ୟବସ୍ଥା ସଂପର୍କରେ ସୂଚନା ପ୍ରଦାନ ଉପରେ ଉନ୍ନୟନ କମିଶନର ଗୁରୁତ୍ୱ ଦେଇଛନ୍ତି । ହିତାଧିକାରୀମାନଙ୍କର ଏକ ଡାଟାବେସ ପ୍ରସ୍ତୁତ କରାଯାଉଛି । ଯେପରି ଏହି ଯୋଜନା ଅଧିନରେ ଆସୁଥିବା କୌଣସି ହିତାଧିକାରୀ ସୁବିଧାରୁ ବାଦ ନପଡିବେ, ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି ।

Leave A Reply

Your email address will not be published.