ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ନବୀନ ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମକୁ ବନ୍ଦ କରିଲେ ମୋହନ ସରକାର । ସେହି ସ୍ଥାନରେ ଆରମ୍ଭ ହେବ ଫାଇନାନ୍ସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟସ । ସରକାର ଚଳିତ ବର୍ଷଠାରୁ ଏହି ନୂଆ ଯୋଜନା ପ୍ରଣୟନ କରିବେ ।
ଶୁକ୍ରବାର ପୂର୍ବ ସରକାରଙ୍କ ‘ନୂଆ ଓ’ ତଥା ନୂତନ ଉନ୍ନତି ଅଭିଳାଷ ଓଡିଶା କାର୍ଯ୍ୟକ୍ରମ ବନ୍ଦ ବୋଲି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଫାଇନାନ୍ସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟସ ସ୍କିମ ଆରମ୍ଭ କରିବେ ମୋହନ ସରକାର । ମୋହନ ସରକାର ଚଳିତ ବର୍ଷଠାରୁ ଏହି ନୂଆ ଯୋଜନା ପ୍ରଣୟନ କରିବାକୁ ଯାଉଛନ୍ତି । ଯୋଜନାର ନିର୍ଦ୍ଦେଶାବଳୀ ପ୍ରସ୍ତୁତି ନେଇ କାର୍ଯ୍ୟ ଚାଲିଥିବା ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ