ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ସହିତ ସର୍ବସାଧାରଣ ସ୍ଥାନରେ ହେବ ସ୍ତନ୍ୟପାନ କକ୍ଷ

ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ମହିଳାଙ୍କୁ ସମ୍ମାନ ପାଇଁ ରାଜ୍ୟ ସରକାର ଶୁକ୍ରବାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଏବଂ ସର୍ବସାଧାରଣ ସ୍ଥାନରେ ସ୍ତନ୍ୟପାନ କକ୍ଷ ପ୍ରତିଷ୍ଠା ହେବ।

ସବୁ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଓ ସର୍ବସାଧାରଣ ସ୍ଥାନରେ ସ୍ତନ୍ୟପାନ କରାଇବା ଲାଗି ଏକ ଆରାମଦାୟକ, ଏକାନ୍ତ ଏବଂ ସ୍ବଚ୍ଛ ସ୍ଥାନ ପ୍ରତିଷ୍ଠା କରାଯିବା ଲାଗି ଚିଠିରେ ଅନୁରୋଧ କରାଯାଇଛି । ଏହା ଦ୍ୱାରା ମା’ମାନଙ୍କୁ ସମର୍ଥନ ସହ ସେମାନଙ୍କ ସ୍ବାସ୍ଥ୍ୟ ଓ ସୁରକ୍ଷାକୁ ପ୍ରାଧାନ୍ୟ ମିଳିବ। ଏନେଇ ଅତିରିକ୍ତ ମୁଖ୍ୟ ସଚିବଙ୍କୁ ଚିଠି ଲେଖିଲା ମହିଳା ଓ ଶିଶୁ ବିକାଶ ବିଭାଗ। ମହିଳାଙ୍କ ପାଇଁ ଏକ ଅନୁକୂଳ, ସୌହାର୍ଦ୍ଦ୍ୟପୂର୍ଣ୍ଣ କାର୍ଯ୍ୟସ୍ଥଳୀ ଯୋଗାଇବାକୁ ପରାମର୍ଶ ଦିଆଯାଇଛି। ଆରାମଦାୟକ, ଏକାନ୍ତ ଏବଂ ସ୍ଵଚ୍ଛ ସ୍ଥାନ ପ୍ରତିଷ୍ଠା କରିବା ପାଇଁ ଅନୁରୋଧ କରାଯାଇଛି।

Leave A Reply

Your email address will not be published.