ନୂଆଦିଲ୍ଲୀ:/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ପଦ୍ମ ଧରିଲେ ସୁଜିତ କୁମାର । ବିଜେଡି ଛାଡ଼ି ବିଜେପିରେ ମିଶିଲେ ସୁଜିତ କୁମାର । ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ।ରାଜ୍ୟ ରାଜନୀତିରେ ବଡ଼ ହଲଚଲ୍ । କ୍ଷମତାରୁ ହଟିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ବଡ଼ ଝଟକା ଲାଗିବାରେ ଲାଗିଛି । ଦଳକୁ ବାଏ ବାଏ କହୁଛନ୍ତି ବଡ଼ ନେତା । ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଆଉ ଜଣେ ବିଜେଡି ସାଂସଦ । ସାଂସଦ ସୁଜିତ କୁମାର ରାଜ୍ୟସଭାରୁ ଇସ୍ତଫା ଦେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷଙ୍କ ନିକଟକୁ ସେ ନିଜର ଇସ୍ତଫା ପତ୍ର ପଠାଇଛନ୍ତି । ଏହାପୂର୍ବରୁ ମମତା ମହାନ୍ତ ମଧ୍ୟ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ । ସେପଟେ ସୁଜିତ କୁମାରଙ୍କୁ ବିଜେଡିରୁ ବହିଷ୍କୃତ କରିଛନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କୃତ କରିଛି ଦଳ ।ବିଜେଡିରୁ ବହିଷ୍କାର ପରେ ସୁଜିତ କୁମାର ବିଜେପି ଅଫିସରେ ପହଞ୍ଚିଥିଲେ । ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ସାଂସଦ ଭର୍ତ୍ତୃହରି ମହତାବ, ଧର୍ମେନ୍ଦ୍ର ପ୍ରଧାନ ଏବଂ ଦଳର ସାଧାରଣ ସମ୍ପାଦକ ଅରୁଣ ସିଂ, ଓଡିଶା ବିଜେପି ପ୍ରଭାରୀ ବିଜୟସିଂ ତୋମରଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଇଛନ୍ତି ସୁଜିତ କୁମାର ।