ସେପ୍ଟେମ୍ବର ୧୮ରେ ASI କରିବ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ
ଭୁବନେଶ୍ୱର,୧୨-୦୯-୨୦୨୪ (ପିପିଏସ) : ଆସନ୍ତା ୧୮ରେ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରିବ ASI । ଏନେଇ ଶ୍ରୀମନ୍ଦିର ପ୍ରଶାସନକୁ ଜଣାଇଲା ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା । ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ପ୍ରାରମ୍ଭିକ ନିରୀକ୍ଷଣ ଆରମ୍ଭ ହେବ। ASI ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ହେବ ନିରୀକ୍ଷଣ ।
ଏଥିପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିବା ସହ ଆବଶ୍ୟକ ପଦକ୍ଷେପ ନେବେ। ପୂର୍ବରୁ ବାହାର ଓ ଭିତର ରତ୍ନଭଣ୍ଡାରର ସମସ୍ତ ରତ୍ନ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମକୁ ସ୍ଥାନାନ୍ତର ହୋଇଛି । ସେହିପରି ଖାଲି ଆଲମିରା, ସିନ୍ଦୁକଗୁଡ଼ିକୁ ବି ସ୍ଥାନାନ୍ତର କରାଯାଇଛି । ତାପରେ ଏଏସଆଇକୁ ସଂରକ୍ଷଣ ତଥା ମରାମତି ହାତକୁ ନେବାକୁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲେ ।