ପ୍ରଜାତନ୍ତ୍ର ନ୍ୟୁଜ୍

ପ୍ରଜାତନ୍ତ୍ର ପ୍ରଚାର ସମିତି ପକ୍ଷରୁ ଏକ ନିରପେକ୍ଷ ନ୍ୟୁଜ୍ ପୋର୍ଟାଲ୍

ଭୁବନେଶ୍ୱର ବିମାନ ବନ୍ଦରରୁ ୨୦ କେଜି ସୁନା ଜବତ

ଭୁବନେଶ୍ୱର,୧୩-୦୯-୨୦୨୪ (ପିପିଏସ) : ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ଜବତ ହେଲା ୨୦ କେଜି ସୁନା । ମୁମ୍ବାଇରୁ ଆସୁଥିବା ଇଣ୍ଡିଗୋ ବିମାନରୁ ସୁନା ଜବତ କରିଛି CT & GST। ଏହି ମାମଲାରେ କିଛି ବ୍ୟବସାୟୀଙ୍କୁ ପଚରାଉଚରା କରାଯାଇଛି।

୨୦କେଜି ସୁନାରୁ ୧୬କେଜି ସୁନାର ହିସାବ ଆପାତତ ଠିକ୍ ଥିବା ବେଳେ ୪କେଜି ସୁନାର ହିସାବ ମେଳ ଖାଉନାହିଁ। ସଂପୃକ୍ତ ବ୍ୟବସାୟୀଙ୍କୁ ଡାକି ପଚରାଉଚରା କରାଯାଉଛି। ଭୁବନେଶ୍ୱରର ୫ ବ୍ୟବସାୟୀ ଏହି ସୁନା ଆଣିଥିବା ବେଳେ କଳାହାଣ୍ଡି ଓ ଅନୁଗୋଳ ଆଦି ଅଞ୍ଚଳର ବ୍ୟବସାୟୀଙ୍କ ପାଖକୁ ଏହି ସୁନା ଯାଉଥିବା ଜଣାଯାଇଛି।

ମୁମ୍ବାଇରୁ ଆସୁଥିବା ଇଣ୍ଡିଗୋ ବିମାନରେ ସୁନା ଆସୁଥିବା CT & GST କୌଣସି ସୁତ୍ରରୁ ଖବର ପାଇଥିଲା। ପରେ CT & GSTର ଟିମ୍ ବାହାରେ ଛକି ରହିଥିଲା। ଜଣେ ବ୍ୟକ୍ତି ୨୦ କେଜି ସୁନା ଧରି ବିମାନ ବନ୍ଦରରୁ ବାହାରି ବେଳେ CT & GST ଟିମ୍ ମାଡ଼ି ବସିଥିଲେ। ବାଣୀବିହାରରେ ଥିବା CT & GST ଅଫିସକୁ ନେଇ ପଚରାଉଚରା କରାଯାଇଥିଲା। ୨୦କେଜି ସୁନାରୁ ୧୬କେଜି ସୁନାର ହିସାବ ଆପାତତ ଠିକ୍ ଥିବା ବେଳେ ୪କେଜି ସୁନାର ହିସାବ ମେଳ ଖାଇନଥିଲା। ଯାହାକୁ ନେଇ CT & GST ଟିମ୍‌ ଖୋଳତାଡ଼ ଆରମ୍ଭ କରିଛି। ଏହା ସୁନା ରାଜସ୍ଥାନରୁ ଆସିଥିବା ବେଳେ ତଦନ୍ତ ଜାରି ରହିଥିବା CT GST ସୂତ୍ରରୁ ଜଣାପଡ଼ିଛି।

ଗତ ୨୬ ତାରିଖରେ ମଧ୍ୟ ୩୦କେଜି ସୁନା, ୨୦୦କେଜି ରୁପା CT &GST ଭୁବନେଶ୍ୱର ବିମାନ ବନ୍ଦରରୁ ଜବତ କରିଥିଲା। ଯାଞ୍ଚ ପରେ କିଛି ବ୍ୟବସାୟୀଙ୍କୁ ନୋଟିସ କରାଯାଇଥିଲା। ଏନେଇ ଏବେ ବି ତଦନ୍ତ ଜାରି ରହିଛି। ପାର୍ବଣ ଋତୁ ଥିବାରୁ ବ୍ୟବସାୟୀ ଅଧିକ ସୁନା ବ୍ୟବସାୟ ପାଇଁ ଆଣୁଥିବା ଜଣାଯାଇଛି।

Leave a Reply

Your email address will not be published. Required fields are marked *