ରାଉରକେଲା ଓ ବ୍ରହ୍ମପୁର ଷ୍ଟେସନରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍

ରାଉରକେଲା/ବ୍ରହ୍ମପୁର/ଭୁବନେଶ୍ବର,୧୫-୦୯-୨୦୨୪(ପିପିଏସ) : ଓଡ଼ିଶାରେ ଗଡ଼ିଲା ଆଉ ଦୁଇଟି ‘ବନ୍ଦେ ଭାରତ’ଏକ୍ସପ୍ରେସ୍ ଟ୍ରେନ। ରାଉରକେଲା-ହାୱାଡ଼ା ଓ ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରେନର ଭର୍ଚୁଆଲ୍ ମୋଡରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ରାଉରକେଲା-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ ରାଉରକେଲାରୁ ହାୱଡ଼ା ଭିତରେ କେବଳ ୩ଟି ଷ୍ଟେସନ ଚକ୍ରଧରପୁର, ଟାଟାନଗର ଓ ଖଡ଼ଗପୁରରେ ଅଟକିବ ବୋଲି ସୂଚନା ମିଳିଛି। ଏହାର ଶୁଭାରମ୍ଭ ବେଳେ ରାଉରକେଲା ଷ୍ଟେସନରେ ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ଥିଲେ।

ସେହିପରି ବ୍ରହ୍ମପୁର-ଟାଟା ବନ୍ଦେ ଭାରତ ଟ୍ରେନ ବ୍ରହ୍ମପୁରରୁ ବାହାରି ବାଲୁଗାଁ, ଖୋର୍ଦ୍ଧା ରୋଡ଼, ଭୁବନେଶ୍ୱର, କଟକ, ଜଖପୁରା, ହରିଚନ୍ଦନପୁର, କେନ୍ଦୁଝର ଗଡ଼, ନୟାଗଡ଼, ବାଂଶପାଣି, ଡାଙ୍ଗୋଆପୋଷି, ଚାଇଁବାସା ହୋଇ ଟାଟାନଗରରେ ପହଞ୍ଚିବ। ଏହାର ଶୁଭାରମ୍ଭ ବେଳେ ବ୍ରହ୍ମପୁର ରେଳ ଷ୍ଟେସନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ଥିଲେ।

ପୂର୍ବରୁ ଓଡ଼ିଶା ଦେଇ ୩ଟି ବନ୍ଦେ ଭାରତ ଏକ୍ସପ୍ରେସ ଚାଲୁଥିବା ବେଳେ, ୨ଟି ନୂଆ ସେମି-ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ ପରେ ଏହା ୫କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.