ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ଲାଗିପାରେ ମୋହର
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ବସିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୫ଟା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।
ବୈଠକରେ ୪ଟି ପ୍ରସ୍ତାବରେ ମୋହର ଲାଗିବାର ଆଶା ଥିବା କୁହାଯାଉଛି ।
ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କିତ ସଂଶୋଧନ ପ୍ରସ୍ତାବ ସହ ଆଇନ ବିଭାଗର ଦୁଇଟି ପ୍ରସ୍ତାବ କ୍ୟାବିନେଟରେ ଉପସ୍ଥାପିତ ହେବ ବୋଲି କୁହାଯାଉଛି।