ଓଡିଶାରେ ପୁଞ୍ଚିନିବେଶ ପାଇଁ ସକରାତ୍ମକ ଆଲୋଚନା ହୋଇଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୦୩-୧୦-୨୦୨୪ (ପିପିଏସ) : ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆମ୍ବାସଡର ସମ୍ମିଳନୀରେ ବିଭିନ୍ନ ଦେଶର ରାଷ୍ଟ୍ରଦୂତ, ହାଇ କମିସନର, କନ୍‌ସଲ୍‌ ଜେନେରାଲ୍‌, ଟ୍ରେଡ୍‌ କମିସନର ଓ କୂଟନୀତିଜ୍ଞମାନଙ୍କୁ ଭେଟିବା ପରେ କହିଛନ୍ତି ଯେ କମିଶନର, ହାଇକମିଶନର ଏବଂ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା ହୋଇଛି। ଓଡିଶାରେ ଶିଳ୍ପ ବାତାବରଣ ଏବଂ ପୁଞ୍ଚିନିବେଶ ପାଇଁ ସକରାତ୍ମକ ଆଲୋଚନା ହୋଇଛି। ଏଥିରେ ଆନ୍ତର୍ଜାତିକ ସହଭାଗୀତା ଭିତ୍ତିରେ ଓଡିଶାରେ କିପରି ବିଦେଶୀ ପୁଞ୍ଜି ନିବେଶ ହୋଇ ପାରିବ ଆଜିର ଆଲୋଚନା ଫଳପ୍ରଦ ହୋଇଛି। ମୁଁ ଆଶା କରୁଛି ୨୦୨୫ କନକ୍ଲେଭ ଏକ ସର୍ବବୃହତ୍ତ ଶିଳ୍ପ ସମାବେଶ ଅନୁଷ୍ଠିତ ହେବାକୁ ଯାଉଛି ।

ଆଗାମୀ ଦିନରେ ସେମିକଣ୍ଡକ୍ଟର, ଆଇଟି, ଗ୍ରୀନ ଏନର୍ଜି, ପେଟ୍ରୋ କେମିକାଲସ, ଇଲେକ୍ଟ୍ରୋନିକସ, ଫୁଡ ପ୍ରୋସେସିଙ୍ଗ କ୍ଷେତ୍ରରେ ଅଧିକ ପୁଞ୍ଜିନିବେଶ ହେବାର ସମ୍ଭାବନା ରହିଛି। ଏହା ୨୦୩୬ରେ ସମୃଦ୍ଧ ଓଡିଶା ଏବଂ ୨୦୪୭ ରେ ବିକଶିତ ଓଡିଶା ଗଠନରେ ନିଶ୍ଚିନ୍ତ ସୁଦୃଢ ମୂଳଦୁଆ ପକାଇବ । ଯାହା ପ୍ରଧାନମନ୍ତ୍ରୀ କହିଥିଲେ ପୂର୍ବୋଦୟର ବିକାଶ ହେଲେ ଭାରତର ବିକାଶ ହେବ, ତାହା ସଫଳ ହେବ।

ଓଡିଶାରେ ଯେଉଁ ଡବଲ ଇଞ୍ଜିନ ସରକାର ହୋଇଛି, କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଓଡିଶା ଏକ ଶିଳ୍ପ ହବ ରେ ପରିଣତ ହେବାକୁ ଯାଉଛି। ଏଥିନେଇ ନିଶ୍ଚିତ ରୂପରେ ଆମକୁ ଆଜି ଏକ ସଫଳ ସଙ୍କେତ ମିଳି ପାରିଛି। ଉଲ୍ଲେଖ ଥାଉ କି ୨୦୨୫ ଜାନୁଆରି ୨୮ ଓ ୨୯ରେ ଭୁବନେଶ୍ବରରେ ଅନୁଷ୍ଠିତ ହେବାକୁ ଯାଉଥିବା ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନ୍‌କ୍ଲେଭ୍‌ ୨୦୨୫ରେ ଅଂଶଗ୍ରହଣ କରିବା ଲାଗି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିବେଶକମାନଙ୍କୁ ମଧ୍ୟ ଆମନ୍ତ୍ରଣ କରିଛନ୍ତି | 

Leave A Reply

Your email address will not be published.