ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ରୢାଗିଂ ଘଟଣା

୧୭ଜଣ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ରୢାଗିଂ ଘଟଣାକୁ ନେଇ ଶୃଙ୍ଗଳା କମିଟିର ତଦନ୍ତ ପରେ ୧୭ଜଣ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ଘଟଣାରେ ସଂପୃକ୍ତ ୪ଜଣ ଛାତ୍ରଙ୍କୁ ଏକ ସପ୍ତାହ ମଧ୍ୟରେ ହଷ୍ଟେଲ୍‌ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଅନ୍ୟ ୧୩ ଜଣଙ୍କୁ ୧ହଜାର ଟଙ୍କା ଲେଖାଏଁ ଜରିମାନା ସହ ଅଣ୍ଡରଟେକିଂ ଦାଖଲ କରିବାକୁ କୁହାଯାଇଛି। ଗତ ମାସ ୨୧ ତାରିଖ ରାତିରେ ନୂତନ ଛାତ୍ରାବାସରେ ରହୁଥିବା ପ୍ରଥମ ବର୍ଷ ଛାତ୍ରଙ୍କୁ ଅନ୍ୟ ହଷ୍ଟେଲ୍‌ର ଦ୍ବିତୀୟ ବର୍ଷ ଛାତ୍ରମାନେ ମାନସିକ ନିର୍ଯାତନା ସହ ରୢାଗିଂ କରିଥିବା ନେଇ ୟୁଜିସିର ଆଣ୍ଟିରୢାଗିଂ ସେଲ୍‌ରେ ଅଭିଯୋଗ ହୋଇଥିଲା। ୟୁଜିସି ପକ୍ଷରୁ ୨୨ତାରିଖ ଦିନ ବ୍ରହ୍ମପୁର ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ଏହାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲା। ୨୩ତାରିଖ ଦିନ କୁଳପତି ଗୀତାଞ୍ଜଳି ଦାଶଙ୍କ ନିର୍ଦ୍ଦେଶ କ୍ରମେ ପିଜି କାଉନସିଲ୍‌ ଅଧ୍ୟକ୍ଷ ପ୍ରଫେସର ସୁକାନ୍ତ କୁମାର ତ୍ରିପାଠୀଙ୍କ ଅଧକ୍ଷତାରେ ଶୃଙ୍ଖଳା କମିଟି ଏବଂ ଆଣ୍ଟିରୢାଗିଂ କମିଟିର ଦାୟିତ୍ୱରେ ଥିବା ସଦସ୍ୟଙ୍କ ସହ ଆଲୋଚନା ହୋଇଥିଲା। ଘଟଣାର ତଦନ୍ତ କରିବା ପାଇଁ ଆଣ୍ଟିରୢାଗିଂ କମିଟିର ୧୨ଜଣିଆ ଦଳ ଏବଂ ସିକ୍ୟୁରିଟି ଅଫିସର ତଥା ଡିଏସ୍‌ପି ଦୀପ୍ତିକାନ୍ତ ପ୍ରଧାନଙ୍କୁ ଦାୟିତ୍ବ ପ୍ରଦାନ କରାଯାଇଥିଲା। 

ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ରୢାଗିଂ ଘଟଣାକୁ ନେଇ ଶୃଙ୍ଗଳା କମିଟିର ତଦନ୍ତ ପରେ ୧୭ଜଣ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ଘଟଣାରେ ସଂପୃକ୍ତ ୪ଜଣ ଛାତ୍ରଙ୍କୁ ଏକ ସପ୍ତାହ ମଧ୍ୟରେ ହଷ୍ଟେଲ୍‌ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଅନ୍ୟ…

ତଦନ୍ତକାରୀ ଦଳ ସିସି କ୍ୟାମେରା ଫୁଟେଜ୍‌କୁ ଆଧାର କରି ରୢାଗିଂ କରିଥିବା ଛାତ୍ରଙ୍କୁ ଚିହ୍ନଟ କରି ପଚରାଉଚରା କରିଥିଲେ।  ଏହି ଘଟଣାରେ ତଦନ୍ତ ରିପୋର୍ଟ ଗତକାଲି କୁଳପତିଙ୍କୁ ପ୍ରଦାନ କରିଥିଲେ। ରିପୋର୍ଟକୁ ଆଧାର କରି ନାଗାବଳୀ, ଋଷିକୁଲ୍ୟା ଓ ବଂଶଧାରା ହ‌ଷ୍ଟେଲ୍‌ରେ ରହୁଥିବା ବିଭିନ୍ନ ବିଭାଗର ୪ଜଣ ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ଏକ ସପ୍ତାହ ମଧ୍ୟରେ ହ‌‌ଷ୍ଟେଲ୍‌ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି ଏବଂ ଅନ୍ୟ ୧୩ ଜଣଙ୍କୁ ୧ହଜାର ଟଙ୍କା ଲେଖାଏଁ ଜରିମାନା ସହ ଅଣ୍ଡରଟେକିଂ ଦାଖଲ କରିବାକୁ କୁହାଯାଇଛି। ଏ ନେଇ କୁଳପତି ଗୀତାଞ୍ଜଳି ଦାଶଙ୍କ ସହ ଯୋଗାଯୋଗ କରିବାରେ ତଦନ୍ତ ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ହୋଇଥିବା କହିଛନ୍ତି। ଏହାର ରିପୋର୍ଟ ୟୁଜିସିକୁ ପ୍ରଦାନ କରାଯାଇଛି। ବିଶ୍ବବିଦ୍ୟାଳୟ ମଧ୍ୟରେ ବିଶୃଙ୍ଖଳା ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ଏ ନେଇ କିଛି ଛାତ୍ର ହଷ୍ଟେଲ ଦାୟିତ୍ୱରେ ଥିବା ୱାର୍ଡେନ୍‌ ପ୍ରଫେସର ସୁଧାକର ପାତ୍ର କ୍ୟାମ୍ପସ୍‌ ପରିସରରେ ରହୁ ନଥିବା ବେଳେ ଅସମୟରେ ଫୋନ୍‌ କଲେ ରିସିଭ୍‌ କରୁ ନଥିବା ଅଭିଯୋଗ କରିଛନ୍ତି।

Leave A Reply

Your email address will not be published.