‘ହରେକୃଷ୍ଣ ମହତାବ ଚିତ୍ରକଳା ଶିବିର’ ଉଦ୍ଯାପିତ
ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ ତଥା ଜନନାୟକ ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଅବସରରେ ଆସନ୍ତା ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ଆସନ୍ତା ଏକ ବର୍ଷ ପର୍ଯ୍ୟନ୍ତ ମହତାବଙ୍କ ସ୍ମୃତିକୁ ଉଜ୍ଜୀବିତ କରି ରଖୁବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବ ବୋଲି ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପରି ନିଆଯାଇଛି। ଏହି କ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ବିଭୂତି କାନୁନ୍ଗୋ ଚାରୁ ଓ କାରୁକଳା ମହାବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ରାଜ୍ୟ ସଂଗ୍ରହାଳୟ ସ୍ଥିତ କଳିଙ୍ଗ ଆର୍ଟ ଗ୍ୟାଲେରୀରେ ଡ. ମହତାବଙ୍କ ଜୀବନୀ ଉପରେ ଆଧାରିତ ଏକ ଚିତ୍ରକଳା ଶିବିର ଅନୁଷ୍ଠିତ ହୋଇଛି। ଶିବିରରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ୩୦ ଜଣ ଚିତ୍ରଶିଳ୍ପୀ ଅଂଶଗ୍ରହଣ କରିଥିଲେ I କାର୍ଯ୍ୟକ୍ରମରେ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍କଳ କେଶରୀ ଡ ହରେକୃଷ୍ଣ ମହତାବଙ୍କ ଜୀବନୀ ଉପରେ ଆଲୋକପାତ କରିବା ସହିତ ଆମେ ସମସ୍ତେ ତାଙ୍କ କାର୍ଯ୍ୟ ଦ୍ବାରା ପ୍ରେରିତ ହେବା ଉଚିତ ବୋଲି କହିଥିଲେ । ଏଥିରେ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ବିଜୟ କେତନ ଉପାଧ୍ୟାୟ, ବିଭୂତି କାନୁନ୍ଗୋ ଚାରୁ ଓ କାରୁକଳା ମହାବିଦ୍ୟାଳୟର ପ୍ରିନ୍ସପାଲ ସୁବ୍ରତ ମଲ୍ଲିକ, ସଂସ୍କୃତି ବିଭାଗର ବରିଷ୍ଠ ଅଧିକାରୀ ଓ ଚିତ୍ରଶିଳ୍ପୀମାନେ ଉପସ୍ଥିତ ଥିଲେ |