ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର ୨୧-୧୧-୨୦୨୪ (ପିପିଏସ) : ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା  ବଡ଼ ଘୋଷଣା  କରିଛନ୍ତି। ସେ କହିଛନ୍ତି ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ । ଆଗାମୀ ଦିନରେ ପ୍ରଦାନ ହେବାକୁ ଥିବା ତୃତୀୟ ପର୍ଯ୍ୟାୟରେ ସମସ୍ତ ଅଙ୍ଗନବାଡି କର୍ମୀଙ୍କୁ ସାମିଲ କରାଯିବ । ଏଥିପାଇଁ ସମସ୍ତଙ୍କର ଆବେଦନ ପତ୍ର ଯାଞ୍ଚ ସରିଛି ବୋଲି  ଉପମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି। ସୁଭଦ୍ରା ଯୋଜନା ଲାଗି ଆବେଦନ କରି ବାଦ୍‌ ପଡିଥିବା ୨ ଲକ୍ଷ ୬୭ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ଗୁରୁବାର ସନ୍ଧ୍ୟା‌ରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । ଆସନ୍ତା ନଭେମ୍ବର ୨୪ ତାରିଖରେ ୮୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦିଆଯିବ।ବର୍ତ୍ତମାନ ସୁଦ୍ଧା ସୁଭଦ୍ରା ଆବେଦନାକୀରଙ୍କ ସଂଖ୍ୟା  ୧ କୋଟି ୧୬ ଲକ୍ଷରେ ପହଞ୍ଚିଲାଣି। ୫ ଲକ୍ଷ ଆବେଦନକାରୀଙ୍କୁ ସିଙ୍ଗଲ ଆକାଉଣ୍ଟ ଦେବାକୁ ଉପମୁଖ୍ୟମନ୍ତ୍ରୀ ପୁଣି ଅପିଲ କରିଛନ୍ତି । ଗୋଟିଏ ମୋବାଇଲ୍‌ ନମ୍ବର ସହ ଏକାଧିକ ଆକାଉଣ୍ଟ ଲିଙ୍କ ରହୁଛି ତେଣୁ ସମସ୍ୟା ଉପୁଜୁଛି ବୋଲି ସେ କହିଛନ୍ତି । ଡିସେମ୍ବରରେ ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୭ ତାରିଖରୁ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କରିଥିଲେ । ପ୍ରଥମ କିସ୍ତିର ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୨୫ ଲକ୍ଷ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା।

ପରେ ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯାଇଥିଲା। ଡିସେମ୍ବର ସୁଦ୍ଧା ରାଜ୍ୟରେ ମୋଟ ୧ କୋଟିରୁ ଅଧିକ ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ରାଜ୍ୟ ସରକାର ପୂର୍ବରୁ ଘୋଷଣା କରିଥିଲେ । 

Leave A Reply

Your email address will not be published.