ରାଜ୍ୟସଭା ଉପନିର୍ବାଚନ: ପ୍ରାର୍ଥୀପତ୍ର ଦାଖଲ କରିବେ ବିଜେପିର ସୁଜିତ କୁମାର
ବିଜେପି ପ୍ରାର୍ଥୀ ସୁଜିତ କୁମାର ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭାରେ ପ୍ରାର୍ଥୀପତ୍ର ଦାଖଲ କରିବେ। ସୁଜିତଙ୍କର କାର୍ଯ୍ୟକାଳ ଏପ୍ରିଲ ୨, ୨୦୨୬ରେ ଶେଷ ହେବାକୁ ଥିବାବେଳେ ସେ ଗତ ସେପ୍ଟେମ୍ବର ୬ ତାରିଖରେ ରାଜ୍ୟସଭା ସାଂସଦ ଓ ବିଜେଡିରୁ ଇସ୍ତଫା ଦେଇଥିଲେ।
ଭୁବନେଶ୍ୱର ୦୯-୧୨-୨୦୨୪(ପିପିଏସ) : ବିଜେପି ପ୍ରାର୍ଥୀ ସୁଜିତ କୁମାର ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭାରେ ପ୍ରାର୍ଥୀପତ୍ର ଦାଖଲ କରିବେ। ନାମାଙ୍କନ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଉପସ୍ଥିତ ରହିବେ ବୋଲି ଜଣାଯାଇଛି। ସୁଜିତଙ୍କର କାର୍ଯ୍ୟକାଳ ଏପ୍ରିଲ ୨, ୨୦୨୬ରେ ଶେଷ ହେବାକୁ ଥିବାବେଳେ ସେ ଗତ ସେପ୍ଟେମ୍ବର ୬ ତାରିଖରେ ରାଜ୍ୟସଭା ସାଂସଦ ଓ ବିଜେଡିରୁ ଇସ୍ତଫା ଦେଇଥିଲେ। ସେ ବିଜେପିରେ ଯୋଗ ଦେଇଥିଲେ। ତେଣୁ ଏବେ ପୂର୍ବରୁ ମମତା ମହନ୍ତ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେବା ସହ ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ମିଶିଥିଲେ। ଏହାପରେ ବିଜେପି ତାଙ୍କୁ ପୁଣି ରାଜ୍ୟସଭାକୁ ପଠାଇଥିଲା।ସୁଜିତ କୁମାର ବି ସେହି ସମାନ ପନ୍ଥା ଆପଣାଇଥିଲେ। ସାଂସଦ ପଦରୁ ଇସ୍ତଫା ଦେବା ପରେ ଦିଲ୍ଲୀରେ ବିଜେପିରେ ଯୋଗଦେଇଥିଲେ। ତେଣୁ ଏବେ ବିଜେପି ସୁଜିତ କୁମାରଙ୍କୁ ପୁଣି ରାଜ୍ୟସଭାକୁ ପଠାଇବ ନା ଦଳର ଆଉ କେଉଁ ନେତାଙ୍କୁ ପଠାଇବ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଥିଲା। ମାତ୍ର ଦଳ ସୁଜିତ କୁମାରଙ୍କ ନାଁରେ ମୋହର ମାରିବ ବୋଲି କୁହାଯାଉଛି।ସୁଜିତ କୁମାର ବି ସେହି ସମାନ ପନ୍ଥା ଆପଣାଇଥିଲେ। ସାଂସଦ ପଦରୁ ଇସ୍ତଫା ଦେବା ପରେ ଦିଲ୍ଲୀରେ ବିଜେପିରେ ଯୋଗଦେଇଥିଲେ। ତେଣୁ ଏବେ ବିଜେପି ସୁଜିତ କୁମାରଙ୍କୁ ପୁଣି ରାଜ୍ୟସଭାକୁ ପଠାଇବ ନା ଦଳର ଆଉ କେଉଁ ନେତାଙ୍କୁ ପଠାଇବ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଥିଲା। ମାତ୍ର ଦଳ ସୁଜିତ କୁମାରଙ୍କ ନାଁରେ ମୋହର ମାରିବ ବୋଲି କୁହାଯାଉଛି।
ଆସନ୍ତା ଡିସେମ୍ବର ୨୦ତାରିଖରେ ୪ଟି ରାଜ୍ୟରେ ଖାଲି ପଡ଼ିଥିବା ୬ଟି ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ ହେବ। ଏନେଇ ଭାରତ ନିର୍ବାଚନ କମିସନ ଆଜି କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି। ଏଥିରେ ଓଡ଼ିଶାର ଗୋଟିଏ ଆସନ ପାଇଁ ଉପନିର୍ବାଚନ ହେବ। ବିଜେଡିରୁ ରାଜ୍ୟସଭା ଯାଇଥିବା ସୁଜିତ କୁମାର ସେପ୍ଟେମ୍ବର ୬ରେ ହଠାତ୍ ରାଜ୍ୟସଭା ସାଂସଦ ପଦ ଓ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ଏହି ପଦବିଟି ଖାଲି ପଡ଼ିଛି।
ସୂଚନାଯୋଗ୍ୟ ଯେ, ଡିସେମ୍ବର ୨୦ରେ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନ ପାଇଁ ଡିସେମ୍ବର ୩ରେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ୧୦ ତାରିଖ ନାମାଙ୍କନର ଶେଷ ତାରିଖ ରହିଛି। ୧୧ରେ ନାମାଙ୍କନ ଯାଞ୍ଚ ଓ ୧୩ରେ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି।