ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଅସୁସ୍ଥ, ଏମ୍ସରେ ଭର୍ତ୍ତି


ନୂଆଦିଲ୍ଲୀ/ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁବାର ବିଗିଡ଼ିଯିବା ପରେ ତାଙ୍କୁ ଏମ୍ସର ଜରୁରୀକାଳୀନ ବିଭାଗରେ ଭର୍ତ୍ତି କରାଯାଇଛି। ଘନିଷ୍ଠ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା, ଯେଉଁଠାରେ ସେ ବର୍ତ୍ତମାନ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି। ବରିଷ୍ଠ ଡାକ୍ତରମାନଙ୍କ ଏକ ଦଳ ତାଙ୍କର ଚିକିତ୍ସା କରୁଛନ୍ତି । ୯୨ ବର୍ଷୀୟ ମନମୋହନ ସିଂହ ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ଭାରତର ପ୍ରଧାନମନ୍ତ୍ରୀ ଥିଲେ । ଏହା ପୂର୍ବରୁ ସେ ଭାରତର ଅର୍ଥମନ୍ତ୍ରୀ ଓ ଅର୍ଥ ସଚିବ ମଧ୍ୟ ରହିସାରିଛନ୍ତି । ନରସିଂହ ରାଓଙ୍କ ସରକାର ସମୟରେ ଅର୍ଥନୀତିକୁ ଉଦାର କରିବାରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ବୋଲି ବିଶ୍ୱାସ କରାଯାଏ ।

Leave A Reply

Your email address will not be published.