ଭାରତ -ପାକିସ୍ତାନ ହାଇଭୋଲଟେଜ୍ ମ୍ୟାଚ୍
କୋହଲିଙ୍କ ବିରାଟ ଶତକ ସହ ଭାରତର ମହାବିଜୟ
୨୦୧୭ ର ବଦଲା ନେଲା ରୋହିତ ବାହିନୀ
ଦୁବାଇର ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ପଞ୍ଚମ ମ୍ୟାଚ୍ରେ ଟିମ୍ ଇଣ୍ଡିଆର ମହାବିଜୟ ହୋଇଛି। ଧାର୍ଯ୍ୟ ୨୪୨ ରନ୍ ଲକ୍ଷ୍ୟର ପିଛା କରି ଭାରତ ବିରାଟ କୋହଲିଙ୍କ ବିରାଟ ଶତକ ଶହିତ ୪୨.୩ ଓଭରରେ ୪ ୱିକେଟ ହରାଇ ୨୪୪ ରନ୍ କରିଛି
ଦୁବାଇ/ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ରବିବାର ଦୁବାଇର ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ପଞ୍ଚମ ମ୍ୟାଚ୍ରେ ଟିମ୍ ଇଣ୍ଡିଆର ମହାବିଜୟ ହୋଇଛି।ଧାର୍ଯ୍ୟ ୨୪୨ ରନ୍ ଲକ୍ଷ୍ୟର ପିଛା କରି ଭାରତ ବିରାଟ କୋହଲିଙ୍କ ବିରାଟ ଶତକ ଶହିତ ୪୨.୩ ଓଭରରେ ୪ ୱିକେଟ ହରାଇ ୨୪୪ ରନ୍ କରିଛି।ଚାମ୍ପିଅନ୍ସ ଟ୍ରଫିର ଏହି ହାଇଭୋଲଟେଜ୍ ମ୍ୟାଚ୍ରେ ପାକିସ୍ତାନ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଭାରତ ବୋଲିଂ କରିଥିଲା।
ଭାରତ ପକ୍ଷରୁ ରୋହିତ ଶର୍ମା ୨୦ ରନ୍ କରିଥିବାବେଳେ ଶୁବମନ ଗିଲ୍ ୪୬ ରନ୍ କରିଥିଲେ। ସେହିପରି ବିରାଟ କୋହଲି ୧୦୦ ରନ୍, ଶ୍ରେୟଶ ଆୟର ୫୬ ରନ୍, ହାର୍ଦ୍ଦିକ ପାଣ୍ଡ୍ୟା ୮ ରନ୍, ଅକ୍ଷର ପଟେଲ ୩ ରନ୍ କରିଥିଲେ।ପାକିସ୍ତାନ ୪୯.୪ ଓଭରରେ ଅଲ୍ଆଉଟ୍ ହୋଇ ୨୪୧ ରନ୍ କରିଥିଲା। ଫଳରେ ଟିମ୍ ଇଣ୍ଡିଆ ପାଇଁ ବିଜୟ ଲକ୍ଷ୍ୟ ୨୪୨ ରନ୍ ରହିଥିଲା।ପାକିସ୍ତାନ ପକ୍ଷରୁ ସୌଦ ସକିଲ୍ ୬୨ ରନ୍ କରିଥିବାବେଳେ ମହମ୍ମଦ ରିଜୱାନ ୪୬ ରନ୍ କରିଥିଲେ। ସେହିପରି ଇମାମ ଉଲ୍ ହକ୍ ୧୦ ରନ୍, ବାବର ଆଜମ୍ ୨୩, ସଲମାନ ଆଘା ୧୯ ରନ୍, ଖୁସଦିଲ ସାହା ୩୮ ରନ୍, ନସିମ ସାହା ୧୪ ରନ୍ କରିଥିଲେ। ପାକିସ୍ତାନ ଇନିଂସର ପ୍ରଥମ ଛକା ୪୨ତମ ଓଭରରେ ଲାଗିଥିଲା।
ଭାରତ ପକ୍ଷରୁ କୁଲଦୀପ ଯାଦବ ୩ ୱିକେଟ ନେଇଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଅକ୍ଷର ପଟେଲ ୨ଟି ଲେଖାଏଁ ୱିକେଟ ନେଇଥିଲେ। ସେହିପରି ରବିନ୍ଦ୍ର ଜାଡେଜା ଗୋଟିଏ ୱିକେଟ ନେଇଥିଲେ। କୁଲଦୀପ ଯାଦବ ୪୩ତମ ଓଭରରେ ଲଗାତାର ଦୁଇଟି ବଲ୍ରେ ଦୁଇଟି ୱିକେଟ୍ ନେଇଥିଲେ। ତଥାପି, ସେ ହ୍ୟାଟ୍ରିକ୍ ହାତଛଡ଼ା କରିଥିଲେ। ପ୍ରଥମେ କୁଲଦୀପ ସଲମାନ ଆଘାଙ୍କୁ ଆଉଟ୍ କରିଥିଲେ ଏବଂ ପରେ ସାହିନ ସାହା ଆଫ୍ରିଦୀଙ୍କୁ ଶୂନ୍ୟରେ ପାଭିଲିୟନ ପଠାଇ ଦେଇଥିଲେ। କୁଲଦୀପ ଯାଦବ ନସିମ ସାହାଙ୍କୁ ୧୪ ରନ୍ରେ ପାଭିଲିୟନ ପଠାଇ ଦେଇଥିଲେ। ୪୯ତମ ଓଭରରେ ଦୁଇଟି ଛକା ଲାଗିଥିଲା ଏବଂ ଗୋଟିଏ ୱିକେଟ୍ ପଡ଼ିଥିଲା। ହାରିସ ରୌଫ ରନ୍ ଆଉଟ୍ ହୋଇଥିଲେ।