ୱାକଫ୍ ସଂଶୋଧନକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ଆଇନରେ ପରିଣତ ହେଲା ବିଲ୍|

ନୂଆଦିଲ୍ଲୀ : ଆଇନରେ ପରିଣତ ହେଲା ୱାକଫ୍ ସଂଶୋଧନ ବିଲ୍ । ସଂସଦରେ ପାରିତ ହେବା ପରେ ବିଲ୍‌କୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମିଳିଛି । ସାରା ଦେଶରେ ଲାଗୁ ହେବ ନୂଆ ଆଇନ୍ । ଗତ ଶୁକ୍ରବାର ସଂସଦର ଉଭୟ ଗୃହରେ ବିଲ୍ ପାରିତ ହୋଇଥିଲା । ବିରୋଧୀଙ୍କ ହଙ୍ଗାମା ଓ ଜୋରଦାର ବିରୋଧ ଭିତରେ ୱାକଫ୍ ସଂଶୋଧନ ବିଲ୍‌ ସଂସଦର ଉଭୟ ଗୃହରେ ପାରିତ ହୋଇଥିଲା । ଶନିବାର ବିଲ୍‌କୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମିଳିଛି । ଫଳରେ ଏହା ଏବେ ଆଇନରେ ପରିଣତ ହୋଇଛି । କେନ୍ଦ୍ର ସରକାର ଏହାକୁ ନେଇ ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଏହି ଆଇନ ଦେଶବ୍ୟାପୀ କାର୍ଯ୍ୟକାରୀ ହେବ ।

Leave A Reply

Your email address will not be published.