1 min read

ଗିରଫ ହେଲେ ଲୁଟେରା ଗ୍ୟାଙ୍ଗ : ଭୁବନେଶ୍ୱରରେ ବୁକିଂକରି ଢେଙ୍କାନାଳରେ ଲୁଟି ଥିଲେ କାର୍‌

ଢେଙ୍କାନାଳ/ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ଢେଙ୍କାନାଳ ଜିଲ୍ଲା ଗଁଦିଆ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା l ଲୁଟେରା ଗ୍ୟାଙ୍ଗର ଦୁଇ ଜଣଙ୍କୁ ଗିରଫ କରିବା ସହିତ ଲୁଟ ହୋଇଥିବା କାର କୁ ଜବତକରି ମାଲିକଙ୍କୁ ହସ୍ତାନ୍ତର କରିଛି l ଗିରଫ କାର୍‌ ଲୁଟେରାମାନେ ଭୁବନେଶ୍ୱର କଳିଙ୍ଗ ନଗର ଅଞ୍ଚଳର ବୋଲି ଜଣାପଡ଼ିଛି। ଗତ ୧୩ ତାରିଖରେ ଭୁବନେଶ୍ୱର ଏମ୍‌ସ ନିକଟସ୍ଥ କୋଳଥିଆରୁ ଉବେର ବୁକିଂ ପାଇଥିଲେ ବଳରାମ ପ୍ରଧାନ। ୩ ଜଣ ଯୁବକ ଢେଙ୍କାନାଳ ଜିଲ୍ଲା ରାଧାଦେଈପୁର ଯିବା […]

1 min read

ଉପମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା : ଶେଷ ହିତାଧିକାରୀ ପର୍ଯ୍ୟନ୍ତ ଚାଲିବ ସୁଭଦ୍ରା ପଞ୍ଜୀକରଣ

ଭୁବନେଶ୍ୱର ୦୭-୦୯-୨୦୨୪(ପିପିଏସ) : ସୁଭଦ୍ରା ଯୋଜନା ସମ୍ପର୍କରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ବଡ଼ ଘୋଷଣା କରିଛନ୍ତି । ଶନିବାର ସୁଭଦ୍ରା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମରେ ସାମିଲ ହୋଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ। ଧୈର୍ଯ୍ୟ ରଖନ୍ତୁ, ଖୁବ୍‌ଶୀଘ୍ର ସୁଭଦ୍ରା ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚିବ । ଏହାର କୌଣସି ସୀମା ନାହିଁ, ଶେଷ ହିତାଧିକାରୀ ଯାଏ ପଞ୍ଜୀକରଣ ଚାଲିବ। ଏଥିପାଇଁ ଗହଳି ନ କରି ଅପେକ୍ଷା କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ […]

1 min read

‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୦୭-୦୯-୨୦୨୪(ପିପିଏସ) : ଭୁବନେଶ୍ୱରସ୍ଥିତ ଗାନ୍ଧୀମାର୍ଗରେ ଶନିବାର ‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ଯୋଜନାର ଅସ୍ମିତାର ପରିଚୟ ହେବ। ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ଆମ ସରକାରଙ୍କ ଲକ୍ଷ୍ୟ । ମହିଳାଙ୍କ ଆକାଂକ୍ଷା ପୂରଣ କରିବାରେ ଏହି ଯୋଜନା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପ୍ରତି ଅଞ୍ଚଳକୁ ଯିବ ସଚେତନତା ରଥ। ମା, ଭଉଣୀଙ୍କୁ ସଚେତନ କରିବ। ପ୍ରଥମେ […]

1 min read

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ : ଜେଲ୍ ଅଧୀକ୍ଷକଙ୍କୁ ବାନ୍ଧିଲା ଭିଜିଲାନ୍ସ

କେନ୍ଦୁଝର/ଭୁବନେଶ୍ୱର ୦୭-୦୯-୨୦୨୪(ପିପିଏସ) : ଝାରପଡା ଜେଲର ପୂର୍ବତନ ସୁପରିଟେଣ୍ଡେଣ୍ଟ ତଥା କେନ୍ଦୁଝର ଜେଲର ବର୍ତ୍ତମାନ ସୁପରିଟେଣ୍ଡେଣ୍ଟ ଭାବେ କାର୍ଯ୍ୟରତ ସତ୍ୟ ପ୍ରକାଶ ସ୍ବାଇଁଙ୍କୁ ଭିଜିଲାନ୍ସ ଗିରଫ କରିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ନେଇ ଜେଲ ସୁପରିଟେଣ୍ଡେଣ୍ଟ ସତ୍ୟପ୍ରକାଶଙ୍କ ନାଁରେ ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଏକ ମାମଲା ହୋଇଥିଲା। କୋର୍ଟଙ୍କ ନିର୍ଦ୍ଦେଶ ପରେ ଭିଜିଲାନ୍ସ ପକ୍ଷରୁ ଶୁକ୍ରବାର ଏକକାଳୀନ ୭ଟି ସ୍ଥାନରେ ଚଢାଉ କରାଯାଇଥିଲା । କେନ୍ଦୁଝରରେ ଥିବା ଅଫିସ ସହ ସରକାରୀ ବାସଭବନ, […]

1 min read

ରତ୍ନଭଣ୍ଡାର ପାଇଁ ତିଆରି ହେବ ହାଇସିକ୍ୟୁରିଟି ଭଲ୍‌ଟ

ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ଧନ ସମ୍ପତ୍ତିର ସୁରକ୍ଷା ଏକ ବଡ଼ ପ୍ରସଙ୍ଗ ହୋଇରହିଥିବା ବେଳେ ତାହାର ସ୍ଥାୟୀ ସମାଧାନ କରିବା ଲାଗି ଉଦ୍ୟମ ଆରମ୍ଭ ହୋଇଛି। ରତ୍ନଭଣ୍ଡାରର ଅଳଙ୍କାରଗୁଡ଼ିକର ସୁରକ୍ଷାକୁ ସୁନିଶ୍ଚିତ କରିବା ଲାଗି ଏକ ହାଇସିକ୍ୟୁରିଟି ଭଲ୍‌ଟ ତିଆରି କରାଯିବ। ଉଭୟ ବାହାର ଓ ଭିତର ଭଣ୍ଡାରରେ ଏହି ଭଲ୍‌ଟ ତିଆରି କରାଯିବ। ସେଥିରେ ସିନ୍ଦୁକରେ ଥିବା ରତ୍ନଗୁଡ଼ିକୁ ରଖିବାର ବ୍ୟବସ୍ଥା କରାଯିବ। ଏହି ବ୍ୟବସ୍ଥା ଦ୍ବାରା ରତ୍ନଭଣ୍ଡାର ଚାବି ହଜିବା ଭଳି […]

1 min read

ଧୋନି-ସଚିନଙ୍କଠାରୁ ଅଧିକ ଆୟକର ଦେଉଛନ୍ତି ବିରାଟ

ନୂଆଦିଲ୍ଲୀ/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଟିମ୍ ଇଣ୍ଡିଆର ରନ୍ ମେସିନ୍ ବିରାଟ କୋହଲି ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ସେ ଶେଷ ଥର ପାଇଁ ଶ୍ରୀଲଙ୍କା ବିପକ୍ଷରେ ଓଡିଆଇ ସିରିଜ୍ ଖେଳିଥିଲେ ଏବଂ ଆଗକୁ ସେପ୍ଟେମ୍ବର ୧୯ରୁ ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜରେ ଭାଗ ନେବେ । ତେବେ ସେ କ୍ରିକେଟଠାରୁ ଦୂରରେ ଥିଲେ ବି ଏବେ ଚର୍ଚ୍ଚାରେ ରହିଛନ୍ତି। ଫର୍ଚୁନ୍ ଇଣ୍ଡିଆ ଦ୍ବ‌ାରା ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ ବିରାଟ କୋହଲି ୨୦୨୩-୨୪ ବର୍ଷରେ ୬୬କୋଟି ଟଙ୍କା ଆୟକର […]

1 min read

୯୩୦ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ମାଲକାନଗିରି/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ମାଲକାନଗିରିସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ଗୁରୁଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ୯୩୦ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଛନ୍ତି। ଜିଲ୍ଲା ଶିକ୍ଷାଧିକାରୀ ବିଶ୍ୱନାଥ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଲକାନଗିରି ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଯୋଗ ଦେଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଜିଲ୍ଲା ମଙ୍ଗଳ ଅଧିକାରୀ […]

1 min read

୨୦୨୬ରେ ବିଜୟ ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ:ଅମରେନ

ଚେନେଇ/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ବିଜୟଙ୍କ ବହୁପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଦି ଗ୍ରେଟେଷ୍ଟ ଅଫ୍‌ ଅଲ୍‌ ଟାଇମ୍‌’ ଗୁରୁବାର ମୁକ୍ତିଲାଭ କରିଛି। ଏଥିରେ ଅଭିନେତା ପ୍ରେମଗୀ ଅମରେନ ମଧ୍ୟ ଗୁରୁତ୍ଵପୂର୍ଣ୍ଣ ଭୂମିକାରେ ଅଭିନୟ କରିଛନ୍ତି। ଚଳଚ୍ଚିତ୍ରର ଗ୍ରାଣ୍ଡ୍ ରିଲିଜ୍‌କୁ ନେଇ ଅମରେନ ଅନେକ ବଡ଼ ଖୁଲାସା କରିଛନ୍ତି। ଏଥିସହ ବିଜୟଙ୍କ ବିଷୟରେ ଏକ ବଡ଼ ଭବିଷ୍ୟବାଣୀ ମଧ୍ୟ କରିଛନ୍ତି। ଏହି ଭବିଷ୍ୟବାଣୀ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଅମରେନ କହିଛନ୍ତି ଯେ, ୨୦୨୬ରେ ବିଜୟ ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ ହେବେ। ଦଲପତି ବିଜୟଙ୍କ […]

1 min read

୧୨ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଉପକୂଳ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବ‌ର୍ଷା ହେବାର ସମ୍ଭାବନା ରହିଛି। ଶୁକ୍ରବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ପରବର୍ତ୍ତୀ ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ […]

1 min read

ବଢୁଛି ହାତୀଙ୍କ ଉପଦ୍ରଵ

ବନ୍ତଳା ବନାଞ୍ଚଳରେ ହାତୀ ଆକ୍ରମଣରେ ଗୋଟିଏ ପରେ ଗୋଟିଏ ଜୀବନ ଯିବାରେ ଲାଗିଛି। ସପ୍ତାହେ ହେଲା ବନ୍ତଳା ବନାଞ୍ଚଳ ଜାମୁଣ୍ଡା ଗାଁରେ ହାତୀ ଆକ୍ରମଣ ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଥିବାବେଳେ ଆଜି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଅନୁଗୁଳ/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ବନ୍ତଳା ବନାଞ୍ଚଳରେ ହାତୀ ଆକ୍ରମଣରେ ଗୋଟିଏ ପରେ ଗୋଟିଏ ଜୀବନ ଯିବାରେ ଲାଗିଛି। ଗତ ସପ୍ତାହେ ହେଲା ବନ୍ତଳା ବନାଞ୍ଚଳ ଜାମୁଣ୍ଡା ଗାଁରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଥିବାବେଳେ ଆଜି ଜଣେ ବୃଦ୍ଧଙ୍କ […]