ରାଜ୍ୟ ସରକାର ଆଣିଲେ ଏସଓପି : ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୩-୦୮-୨୪ (ପିପିଏସ) : ସରକାରଙ୍କ ବହୁ ପ୍ରତିକ୍ଷିତ ଯୋଜନା ସୁଭଦ୍ରା ଏସଓପି ଜାରି ହୋଇଛି। ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗୃହରେ ‘ସୁଭଦ୍ରା’ ଯୋଜନା SOP ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି କ୍ୟାବିନେଟ୍‌ରେ SOP ପାରିତ ହୋଇଥିବା ସେ ସୂଚନା ଦେଇଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ।

ଡିବିଟି ମାଧ୍ୟମରେ ୨୧ରୁ ୬୦ ବର୍ଷ ମହିଳାଙ୍କ ଆକାଉଣ୍ଟକୁ ସିଧାସଳଖ ୫ ହଜାର ଟଙ୍କା ପ୍ରଦାନ କରାଯିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ।

Leave A Reply

Your email address will not be published.