1 min read

ଦୈନିକ ରାଶିଫଳ

ମେଷ

ଆଜିର ଅଷ୍ଟମ ଚନ୍ଦ୍ର ମନରେ ଅସ୍ଥିରତା ସୃଷ୍ଟି କରିବ। ଋଣ ପରିଶୋଧ, ରୋଗ ପାଇଁ ଔଷଧ କିଣା, ଶତ୍ରୁକୃତ ସମସ୍ୟା ସମାଧାନ ସକାଶେ ଖର୍ଚ୍ଚାନ୍ତ ହେବେ। ବାସସ୍ଥାନ ନିକଟରେ ରହୁଥିବା ନିଜ ଲୋକମାନଙ୍କ ଦ୍ୱାରା କେତେକ ସୁବିଧା ପାଇବେ। ବ୍ୟବସାୟିକ ସ୍ଥିତି ଭଲ ରହିବା ସହ ସାହିତ୍ୟ, ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହେବ।

ବୃଷ

ଶାରୀରିକ ସୁସ୍ଥତା ଫେରିଆସିବା କାରଣରୁ ଆଶ୍ୱସ୍ତି ଲାଭ କରିବେ। ଭୁଲ୍‍ ବୁଝାମଣା କାରଣରୁ ପାରିବାରିକ କଳହକୁ ନେଇ ଅଶାନ୍ତି ଲାଗିରହିପାରେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବା ସହ ପ୍ରଶଂସିତ ହୋଇପାରନ୍ତି। ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, କଳା ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ଉନ୍ନତ ରହିବ।

ମିଥୁନ

କାର୍ଯ୍ୟଦକ୍ଷତାରୁ ସାମାଜିକ କ୍ଷେତ୍ରରେ ବୁଦ୍ଧିଜୀବୀଙ୍କ ଦ୍ୱାରା ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନ, ସଭାସମିତି, ଜମିଜମା କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟରୁ ମନ ଖୁସି ହୋଇଯିବ।

କର୍କଟ

କର୍ମକ୍ଷେତ୍ରରେ ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପା, ଅଧସ୍ତନଙ୍କ ସୌହାର୍ଦ୍ଦ୍ୟ ଯୋଗୁ ଖୁସି ରହିବେ। ନୂତନ କର୍ମାରମ୍ଭ ସକାଶେ ପରିବାର ଲୋକଙ୍କ ପରାମର୍ଶକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ଈର୍ଷାପରାୟଣ ମନୋବୃତ୍ତି ହେତୁ ବନ୍ଧୁଙ୍କ ଆଚରଣ ସନ୍ଦେହ ସୃଷ୍ଟି କରିପାରେ। ସନ୍ତାନଙ୍କ ଉଚ୍ଚଶିକ୍ଷା କ୍ଷେତ୍ରରେ କୌଣସି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି।

ସି˚ହ

ସାମାଜିକ ସ୍ତରରେ କୌଣସି ପରିବର୍ତ୍ତନ ଚାହିଁଲେ ମଧ୍ୟ ପରିବେଶ ତାହା ସହଜରେ କରାଇ ଦେବନାହିଁ। ପରିବହନ, ପ୍ଲଟିଂ କାରବାର, ନିର୍ମାଣାଧୀନ କାମ କ୍ଷେତ୍ରରେ ବାଧା ଉପୁଜିବ। ପାରିବାରିକ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହି ନ ପାରେ। ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି।

କନ୍ୟା

ଆଜି ଯାହା ଯେମିତି ଚାହୁଁଛନ୍ତି ତାହା ପାଇବାରେ କୌଣସି ଅସୁବିଧା ରହିବ ନାହିଁ। ଆପଣଙ୍କ ଯୁକ୍ତିଯୁକ୍ତ କଥାରେ ପ୍ରତିବାଦୀ ହାର୍‍ମାନିବେ ଏବଂ ଆପଣଙ୍କ ଲକ୍ଷ୍ୟପୂରଣ ହୋଇଯିବ। ଆବଶ୍ୟକତା ପୂରଣ କରିବା ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିବେ। କଠିନ ଶ୍ରମ ଓ ଭ୍ରମଣଜନିତ ସାମାନ୍ୟ ଶାରୀରିକ କଷ୍ଟ ଅନୁଭବ କରିପାରନ୍ତି।

ତୁଳା

କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳା ଯୋଗୁ ସମାଲୋଚିତ ହେବେ। ଅର୍ଥବଳର ସାହାଯ୍ୟ ନେଇ କାମଟିକୁ ପୂରା ନ କରିବା ଯାଏ ଛାଡିବେ ନାହିଁ। ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାର ଅପଚେଷ୍ଟା କରିପାରନ୍ତି। ଆଜିର ଯାତ୍ରା ଶୁଭପ୍ରଦ ହେବ କିନ୍ତୁ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିବେ।

ବିଛା

କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାରେ ସମର୍ଥ ହୋଇପାରନ୍ତି। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। ସଭାସମିତି, ରାଜନୀତି, ପ୍ରଶାସନ, ଆଇନ ଅଦାଲତ ଓ ଆନୁଷ୍ଠାନିକ କାମ ସକାଶେ ଦିନଟି ଭଲ। ସ୍ବାସ୍ଥ୍ୟସମସ୍ୟା କେତେକାଂଶରେ ନିୟନ୍ତ୍ରଣାଧୀନ ରହିବା ଯୋଗୁ ଆଶ୍ୱସ୍ତି ଲାଭ କରିବେ।

ଧନୁ

କର୍ମକ୍ଷେତ୍ରରେ ସମୟାନୁବର୍ତ୍ତିତା ଯୋଗୁ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ପିଲାଙ୍କ ବିବାହ ସମ୍ପର୍କିତ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ସାଙ୍ଗକୁ ସାଂଗଠନିକ ସ୍ଥିତିକୁ ସୁଦୃଢ଼ କରିପାରିବେ । ପାରିବାରିକ, ପରିବହନ, ଛୋଟ ଦୋକାନ, ହୋଟେଲ ପ୍ରଭୃତିରୁ ଆଶାଜନକ ସୁଫଳ ମିଳିବ।

ମକର

କର୍ମକ୍ଷେତ୍ରରେ ଭୁଲ୍‍ ବୁଝାମଣା ନେଇ ସହକର୍ମୀଙ୍କ ସହ ମତପାର୍ଥକ୍ୟ ଆଶଙ୍କା ରହିଛି। ରପତ୍ାନି ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପରିବାର ସକାଶେ ଯେତେ ଭଲ କାମ କଲେ ମଧ୍ୟ ଅଭିଯୋଗ ପାଇବେ। କୌଣସି ସମ୍ଭାବ୍ୟ ଅସୁବିଧାର କଳ୍ପନା କରି ଆକସ୍ମିକ ଯାତ୍ରାକୁ ସ୍ଥଗିତ ରଖିପାରନ୍ତି।

କୁମ୍ଭ

ପାରସ୍ପରିକ ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ମାନସିକ ଦୁଶ୍ଚିନ୍ତା ବଢ଼ିଯାଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବା ସାଙ୍ଗକୁ ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ନୂତନ ଭାବେ ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ।

ମୀନ

ବନ୍ଧୁମାନଙ୍କ ସାହାଯ୍ୟ, ସହାନୁଭୂତି ଲାଭକରି କାର୍ଯ୍ୟହାସଲ କରିପାରିବେ। ଆର୍ଥିକ ସ୍ଥିତି ସମ୍ପୂର୍ଣ୍ଣ ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକି ରହିବ ନାହିଁ। କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ। ଅନ୍ୟାନ୍ୟ କାର୍ଯ୍ୟରେ ବ୍ୟସ୍ତ ରହି ଗୁରୁତ୍ୱପୂର୍ଣ୍ଣ କାମଟିକୁ ଅବହେଳା କରି ଅନୁତାପ କରିପାରନ୍ତି।

Leave a Reply

Your email address will not be published. Required fields are marked *