ସେପ୍ଟେମ୍ବରରେ ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ସୁଭଦ୍ରା ଯୋଜନା କରିବେ ଉଦ୍‌ଘାଟନ : ଧର୍ମେନ୍ଦ୍ର ପ୍ରଧାନ
1 min read

ସେପ୍ଟେମ୍ବରରେ ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ସୁଭଦ୍ରା ଯୋଜନା କରିବେ ଉଦ୍‌ଘାଟନ : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର,୨୫-୦୮-୨୪ (ପିପିଏସ) : ସେପ୍ଟେମ୍ବରରେ ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡ଼ିଶାରେ ଆସି ସୁଭଦ୍ରା ଯୋଜନା କରିବେ ଉଦ୍‌ଘାଟନ। ମହିଳାଙ୍କ ଆକାଉଣ୍ଟକୁ ସିଧାସଳଖ ଯିବ ଟଙ୍କା । ଏନେଇ ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସୂଚନା ମୁତାବକ, ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ପୁରୀ ସାଂସଦ ସମ୍ବିତ ପାତ୍ର, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ସତ୍ୟବାଦୀ ବିଧାୟକ ଓମ୍ ପ୍ରକାଶ ମିଶ୍ର ମଧ୍ୟ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ତେବେ ଦର୍ଶନ ସାରି ଫେରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଛନ୍ତି ଯେ, ସୁଭଦ୍ରା ଯୋଜନା ମାଧ୍ୟମରେ ଓଡ଼ିଶାର ମହିଳା ମାନଙ୍କୁ ସଶକ୍ତ କରାଯିବ। ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଆସି ଏହି କାର୍ଯ୍ୟକ୍ରମର ଉଦଘାଟନ କରିବା ସହ ହିତାଧିକାରୀଙ୍କ ଆକାଉଣ୍ଟକୁ ଅର୍ଥ ପ୍ରଦାନ କରିବେ। ପୁରୀକୁ ଅତ୍ୟାଧୁନିକ ଆଧ୍ୟାତ୍ମିକ ସହର ଭାବେ ଗଢି ତୋଳିବା ପାଇଁ ଯାହା କିଛି ଆବଶ୍ୟକତା ରହିଛି ସବୁକିଛି ପଦକ୍ଷେପ ସରକାର ନେବେ। ସେହିପରି ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ଏବଂ ରତ୍ନ ଅଳଙ୍କାରର ଗଣତି ଓ ହିସାବ ମଧ୍ୟ ରାଜ୍ୟ ସରକାରଙ୍କ ଦ୍ବାରା ଆଗାମୀ ଦିନରେ ସୁରୁଖୁରୁରେ କରାଯିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

Leave a Reply

Your email address will not be published. Required fields are marked *