ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ବିଭୂପ୍ରସାଦ ରାଉତରାୟଙ୍କୁ ନିଯୁକ୍ତି
1 min read

ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ବିଭୂପ୍ରସାଦ ରାଉତରାୟଙ୍କୁ ନିଯୁକ୍ତି

କଟକ (ପ୍ରଜାତନ୍ତ୍ର ରିପୋର୍ଟ): ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ବରିଷ୍ଠ ବିଚାରପତି ଜଷ୍ଟିସ୍‌ ବିଭୂପ୍ରସାଦ ରାଉତରାୟଙ୍କୁ ନିଯୁକ୍ତି ମିଳିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ କ୍ରମେ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ଏ ସଂକ୍ରାନ୍ତରେ ଏକ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବର୍ତ୍ତମାନର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ହରିଶ ଟଣ୍ଡନ ଆସନ୍ତା ୧୫ ତାରିଖରେ ଅବସର ଗ୍ରହଣ କରିବାକୁ ଥିବାବେଳେ, ତାଙ୍କ ସ୍ଥାନରେ ଆସନ୍ତା ୧୬ ତାରିଖରୁ ଜଷ୍ଟିସ୍‌ ରାଉତରାୟ ଏହି ଗୁରୁଦାୟିତ୍ୱ ଗ୍ରହଣ କରିବେ।

କେନ୍ଦ୍ର ଆଇନ ମନ୍ତ୍ରଣାଳୟର ନ୍ୟାୟ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଭାରତୀୟ ସମ୍ବିଧାନର ଧାରା ୨୨୩ ପ୍ରଦତ୍ତ କ୍ଷମତା ବଳରେ ରାଷ୍ଟ୍ରପତି ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ପରବର୍ତ୍ତୀ ସ୍ଥାୟୀ ମୁଖ୍ୟ ବିଚାରପତି ନିଯୁକ୍ତ ହେବା ପର୍ଯ୍ୟନ୍ତ ଜଷ୍ଟିସ୍‌ ରାଉତରାୟ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ନିଜର କାର୍ଯ୍ୟଭାର ନିର୍ବାହ କରିବେ। ଜଷ୍ଟିସ୍‌ ହରିଶ ଟଣ୍ଡନଙ୍କ ଅବସର ପରେ ହାଇକୋର୍ଟର ବରିଷ୍ଠତମ ବିଚାରପତି ଭାବେ ତାଙ୍କୁ ଏହି ସମ୍ମାନଜନକ ଦାୟିତ୍ୱ ଅର୍ପଣ କରାଯାଇଛି।

ଜଷ୍ଟିସ୍‌ ବିଭୂପ୍ରସାଦ ରାଉତରାୟ ଜଣେ ଦକ୍ଷ ନ୍ୟାୟବିତ୍‌ ତଥା ବିଚାରପତି ଭାବେ ନ୍ୟାୟପାଳିକାରେ ବେଶ୍‌ ସୁନାମ ଅର୍ଜନ କରିଛନ୍ତି। ଓଡ଼ିଶା ହାଇକୋର୍ଟରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ମାମଲାର ସଫଳ ଶୁଣାଣି କରି ସେ ନିଜର ସ୍ୱତନ୍ତ୍ର କାର୍ଯ୍ୟଦକ୍ଷତାର ପରିଚୟ ଦେଇଛନ୍ତି। ତାଙ୍କର ଏହି ନୂତନ ନିଯୁକ୍ତିକୁ ନେଇ ରାଜ୍ୟ ଆଇନଜୀବୀ ମହଲ, ହାଇକୋର୍ଟ ବାର୍‌ ଆସୋସିଏଶନ୍‌ ସମେତ ବିଭିନ୍ନ ମହଲରୁ ତାଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛାର ସ୍ୱାଗତ କରାଯାଇଛି।

Leave a Reply

Your email address will not be published. Required fields are marked *