ବ୍ରହ୍ମପୁର/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ବିଷାକ୍ତ ମଦ ପିଇ ଆଉ ଜଣଙ୍କ ମୃତ୍ୟୁ । ବ୍ରହ୍ମପୁର ଏମ୍କେସିଜି ମେଡିକାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ମୃତ୍ୟୁ ଘଟିଛି l ମୃତକ ହେଲେ ଚିକିଟି ବ୍ଲକ ଜେନାପୁର ସାହିର ଲକ୍ଷ୍ମଣ ବେହେରା । ଫଳରେ ବିଷାକ୍ତ ମଦ ମୃତ୍ୟୁ ସଂଖ୍ୟା ତିନିରେ ପହଁଚିଛି । ଏବେ ବି ଆଉ ୪ ଜଣ ଆଉ ଏମେକସିଜିରେ ଚିକିତ୍ସାଧୀନ ଅଛନ୍ତି l ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା ରହିଛି ।
ପୂର୍ବରୁ ବିଷାକ୍ତ ମଦ ପିଇ ଚିକିଟି ଜେନାପୁର ଗାଁର ଜୁର ବେହେରା ଓ ଲୋକନାଥ ବେହେରାଙ୍କ ମୃତ୍ୟୁ ହୋଇ ସାରିଛି । ଏହାପରେ ଲକ୍ଷ୍ମଣ ବେହେରାଙ୍କ ଅବସ୍ଥା ଗୁରୁତର ହୋଇ ପଡ଼ିଥିବା ବେଳେ ତାଙ୍କୁ ଆଇସିୟୁରେ ରଖି ଚିକିତ୍ସା କରାଯାଉଥିଲା। ମାତ୍ର ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଧୀରେ ଧୀରେ ବିଗିଡ଼ିବାକୁ ଲାଗିଲା। ଆଉ ଆଜି ସକାଳେ ସେ ଆଖି ବୁଜିଛନ୍ତି। ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଜଣାଯାଇଛି ।