ସମ୍ବଲପୁର ପାଇଁ ଯୋଗଦାନ ସ୍ମରଣୀୟ ହୋଇ ରହିବ : ଧର୍ମେନ୍ଦ୍ର ପ୍ରଧାନ

ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ

ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଲେ

ସମ୍ବଲପୁର/ଭୁବନେଶ୍ୱର ୧-୯-୨୪(ପିପିଏସ୍) : ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କ ଅକାଳ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି ସମ୍ବଲପୁର ସାଂସଦ ତଥା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଯେ ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ ଜଣେ ମିଷ୍ଟଭାଷୀ ଓ ପରୋପକାରୀ ସ୍ୱଭାବର ବ୍ୟକ୍ତି ଥିଲେ । ଜଣେ ଦକ୍ଷ ନେତା ଭାବେ ସମ୍ବଲପୁରରେ ବେଶ୍ ଜଣାଶୁଣା ଥିଲେ । ଜନପ୍ରତିନିଧି ଭାବରେ ସମ୍ବଲପୁର ପ୍ରତି ତାଙ୍କର ଅନେକ ଅବଦାନ ରହିଛି । ନିର୍ବାଚନମଣ୍ଡଳୀ ପ୍ରତି ଥିବା ତାଙ୍କର ଯୋଗଦାନ ଚିର ସ୍ମରଣୀୟ ହୋଇରହିବ । ଶ୍ରୀ ପ୍ରଧାନ ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

Leave A Reply

Your email address will not be published.