ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ:୨୦ରେ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ
1 min read

ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ:୨୦ରେ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ

ଅକ୍ଟୋବର ୨୦ରେ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଅକ୍ଟୋବର ୨୨ରେ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି…

ଭୁବନେଶ୍ୱର ୧୭-୧୦-୨୦୨୪ (ପିପିଏସ) : ଆସନ୍ତା ଅକ୍ଟୋବର ୨୦ରେ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଅକ୍ଟୋବର ୨୨ରେ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।ପରବର୍ତ୍ତୀ ସମୟରେ ଲଘୁଚାପ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଯେହେତୁ ଲଘୁଚାପ ସୃଷ୍ଟି ହେବା ପାଇଁ ଅଧିକ ଦିନ ବାକି ଅଛି ତେଣୁ  ବାତ୍ୟା ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ।ଏହା ସହିତ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ, ଆଗାମୀ ପାଞ୍ଚ ଦିନ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ନାହିଁ। କାଁ ଭାଁ କିଛି ଜାଗାରେ ବିଜୁଳି ସହିତ ଘଡଘଡି ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦେଶକ ମନୋରମା ମହାନ୍ତି ସୂଚନା ପ୍ରଦାନ କରିଛନ୍ତି।

Leave a Reply

Your email address will not be published. Required fields are marked *