ପରଲୋକରେ ଗୋପାଳ ସାହୁ : ୨୩ ବର୍ଷ ଧରି କଂସ ଭୂମିକାରେ ଅଭିନୟ କରିଥିଲେ
1 min read

ପରଲୋକରେ ଗୋପାଳ ସାହୁ : ୨୩ ବର୍ଷ ଧରି କଂସ ଭୂମିକାରେ ଅଭିନୟ କରିଥିଲେ

ବରଗଡ଼,୧୩/୮/୨୪(ପିପିଏସ) : ବିଶ୍ୱ ପ୍ରସିଦ୍ଧ ସର୍ବ ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜ ଗୋପାଳ ସାହୁଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଥିବା ଜଣାଯାଇଛି। ୨୩ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ଗୋପାଳ। ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ କାଇଁଶିର ଗ୍ରାମର ସେ ବାସିନ୍ଦା ଥିଲେ । ଝାରସୁଗୁଡ଼ାରେ ରହୁଥିବା ସାନପୁଅଙ୍କ ଘରେ ଗୋପାଳ ରହୁଥିଲେ। ଗତକାଲି ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଝାରସୁଗୁଡ଼ାରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମଳିଛି ।

Leave a Reply

Your email address will not be published. Required fields are marked *