୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ପୁଣି ଲଘୁଚାପ
1 min read

୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ପୁଣି ଲଘୁଚାପ

ଭୁବନେଶ୍ୱର ୧୯-୧୧-୨୦୨୪(ପିପିଏସ) : ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ୨୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୨୩ ତାରିଖ ସୁଦ୍ଧା ଲଘୁଚାପ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। 

ପାଣିପାଗ ବିଭାଗର ସୂଚନା ଅନୁସାରେ, ଆସନ୍ତା ୨୧ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା କ୍ରମେ ଘନିଭୂତ ହୋଇ ୨୩ ତାରିଖରେ ଲଘୁଚାପର ରୂପ ନେଇପାରେ। ଲଘୁଚାପର ରୂପ ନେବା ପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଅବପାତର ରୂପ ନେଇପାରେ ବୋଲି ପୂର୍ବାନୁମାନ କରାଯାଇଛି। ତେବେ ଲଘୁଚାପର ପ୍ରଭାବ କେଉଁ ପ୍ରକାରର ରହିଛି ସେନେଇ କୌଣସି ସୂଚନା ପ୍ରଦାନ କରାଯାଇ ନାହିଁ।  

୨୧ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା କ୍ରମେ ଘନିଭୂତ ହୋଇ ୨୩ ତାରିଖରେ ଲଘୁଚାପର ରୂପ ନେଇପାରେ। ଲଘୁଚାପର ରୂପ ନେବା ପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଅବପାତର ରୂପ ନେଇପାରେ ବୋଲି ପୂର୍ବାନୁମାନ କରାଯାଇଛି।

ତାପମାତ୍ରା ହ୍ରାସ ସହ ରାଜ୍ୟରେ ଶୀତ ବଢ଼ିବ। କିଛି ଦିନ ହେଲା ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ହେବା ସହ ଅନ୍ୟ ଅଞ୍ଚଳରେ ମଧ୍ୟ ଏହା ଅନୁଭବ ହେଉଛି। ଦିନର ତାପମାତ୍ରା ସ୍ୱାଭାବିକକୁ ଫେରିଛି। ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରି ରେକର୍ଡ ହୋଇଥିବା ବେଳେ ପାହାଡ଼ିଆ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ଜି .ଉଦୟଗିରିରେ ୬.୬ ଡିଗ୍ରି ରେକର୍ଡ ହୋଇଛି। ଭୁବନେଶ୍ବରରେ ୧୬.୧ ଓ କଟକରେ ତାପମାତ୍ରା ୧୬ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି। ଭବାନୀପାଟଣା ଓ ଫୁଲବାଣୀରେ ଘନ କୁହୁଡ଼ି ଦେଖା ଦେଇଛି। ଏହା ସହିତ ଆଗାମୀ ୩ ଦିନ ପର୍ଯ୍ୟନ୍ତ ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡିର କିଛି ସ୍ଥାନରେ ହାଲୁକା କୁହୁଡ଼ି ଦେଖାଯିବ ବୋଲି ପାଣିପାଗ ବିଭାଗ ସତର୍କ କରିଛି।

Leave a Reply

Your email address will not be published. Required fields are marked *