ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର
1 min read

ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର

ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର। ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର ୟୁପି ଏସ ସି ଦ୍ୱାରା ପରିଚାଳିତ ଭାରତୀୟ ପ୍ରସନିକ ସେବା ତଥା ୨୦୨୩ ସିଭିଲ ସର୍ଭିସ ପରୀକ୍ଷାରେ ଦ୍ୱିତୀୟ ରାଙ୍କ ପାଇଥିଲେ ଅନିମେଶ ପ୍ରଧାନ।ସର୍ବ ଭାରତୀୟ ସ୍ତରରେ ଦ୍ଵିତୀୟ ସ୍ଥାନ ଅଧିକାର କରିବା ପରେ ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ କାର୍ଯ୍ୟ କରିବାକୁ ରୁଚି ରଖିଥିବା ସେ କହିଥିଲେ ।  ୨୦୨୩ ସିଭିଲ ସର୍ଭିସ ପରୀକ୍ଷାରେ୨୪ ନମ୍ବର ରାଙ୍କରେ ଥିବା ପ୍ରଜ୍ଞାନନ୍ଦନ ଗିରଙ୍କୁ ମଧ୍ୟ ଓଡିଶା କ୍ୟାଡର ମିଳିଲା। ୨୦୨୩ ସିଭିଲ ସର୍ଭିସ ପରୀକ୍ଷାରେ୪୦୯ ରାଙ୍କରେ ଥିବା ସନ୍ତୋଷ କୁମାର ପାତ୍ରଙ୍କୁ ମଧ୍ୟ ଓଡିଶା କ୍ୟାଡର ମିଳିଥିବା ସୂଚନା ମିଳିଛି।ସେହିପରି ସର୍ବ ଭାରତୀୟ ୫୪ ନଂ ରାଙ୍କରେ ଥିବା ହରିୟାଣାର କଶିସ୍‌ ବକ୍ସି, ୬୮ ନଂ ରାଙ୍କରେ ଥିବା କେରଳର କସ୍ତୁରୀ ସା’, ୭୧ ନଂ ରାଙ୍କରେ ଥିବା କେରଳର ଫବି ରସିଦ, ୧୨୫ନଂ ରାଙ୍କରେ ଥିବା ରାଜସ୍ଥାନର ମୃଣାଳିକା ରାଠୋର, ୨୦୪ ନଂ ରାଙ୍କରେ ଥିବା ଦିଲ୍ଲୀର ଶୁଭ୍ରା ପଣ୍ଡା, ୨୩୯ନଂ ରାଙ୍କରେ ଥିବା ଉତ୍ତରପ୍ରଦେଶର ପୱନ କୁମାର ଏବଂ ୨୫୮ନଂ ରାଙ୍କର ମହାରାଷ୍ଟ୍ରର ବି.ଏସ୍ କଲ୍ୟାଣରାଓଙ୍କୁ ଓଡ଼ିଶା କ୍ୟାଡର ମିଳିଥିବା ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *