ପ୍ରକୃତ ଚାଷୀଙ୍କ ବାବଦରେ ଜାଣିବା ପାଇଁ ପୁଣି ପଞ୍ଜିକରଣ: କୃଷ୍ଣଚନ୍ଦ୍ର ପାତ୍ର
1 min read

ପ୍ରକୃତ ଚାଷୀଙ୍କ ବାବଦରେ ଜାଣିବା ପାଇଁ ପୁଣି ପଞ୍ଜିକରଣ: କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : ରାଜ୍ୟରେ ଅନେକ ନକଲି ଚାଷୀ ଥିବାରୁ ପ୍ରକୃତ ଚାଷୀଙ୍କ ବାବଦରେ ଜାଣିବା ପାଇଁ ଆଉ ଥରେ ହେଉଛି ଚାଷୀ ପଞ୍ଜିକରଣ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏହାଫଳରେ ରାଜ୍ୟରେ ଥିବା ନକଲି ଚାଷୀଙ୍କୁ ଧରି‌ହେବ ବୋଲି ସେ କହିଛନ୍ତି।ରାସନ କାର୍ଡ ଭଳି ଚାଷୀ ତାଲିକାରେ ଅନେକ ଅଣ ଚାଷୀ ଥିବାରୁ ଆଉ ଥରେ ତାଲିକା ପ୍ରସ୍ତୁତ ହେବ। ରାସନ କାର୍ଡରେ ଏବେ ସୁଦ୍ଧା ୪୦ ଲକ୍ଷ ଭୂତ ହିତାଧିକାରୀ ବାହାରିଲେଣି। ବିଗତ ୨୪ ବର୍ଷ ଧରି ଯେଉଁ ପ୍ରକ୍ରିୟା ଚାଲିଥିଲା, ସେଥିରେ ସ୍ଵଚ୍ଛତା ଆଣିବାକୁ ନୂଆ ପଦ୍ଧତି ହାତକୁ ନିଆଯାଇଛି ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି।ସେ କହିଛନ୍ତି, ରାସନ କାର୍ଡ ଭଳି ଚାଷୀ ତାଲିକାରେ ଅନେକ ଅଣ ଚାଷୀ ଥିବାରୁ ଆଉ ଥରେ ତାଲିକା ପ୍ରସ୍ତୁତ ହେବ। ରାସନ କାର୍ଡରେ ଏବେ ସୁଦ୍ଧା ୪୦ ଲକ୍ଷ ଭୂତ ହିତାଧିକାରୀ ବାହାରିଲେଣି। ବିଗତ ୨୪ ବର୍ଷ ଧରି ଯେଉଁ ପ୍ରକ୍ରିୟା ଚାଲିଥିଲା, ସେଥିରେ ସ୍ଵଚ୍ଛତା ଆଣିବାକୁ ନୂଆ ପଦ୍ଧତି ହାତକୁ ନିଆଯାଇଛି ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି।

Leave a Reply

Your email address will not be published. Required fields are marked *