ପ୍ରମୁଖ ଖବର

କାଲି ପ୍ରବାସୀ ଭାରତୀୟ ଦିବସ ସ‌ମ୍ମେଳନ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଆଜି ରାତିରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଏଠାରେ ପହଞ୍ଚିଲା ପରେ ରାଜ୍ୟ ସରକାରଙ୍କ ତରଫରୁ ତାଙ୍କୁ ବିମାନବନ୍ଦରରେ ସ୍ବାଗତ ଓ ସମ୍ବର୍ଦ୍ଧନା ଦିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ମେୟର ସୁଲୋଚନା ଦାସ ପ୍ରମୁଖ ବିମାନବିନ୍ଦରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ ପାଇଁ ଓଡ଼ିଶାର କଳାକାରମାନେ ସେମାନଙ୍କର ପ୍ରଦର୍ଶନ କରିଛନ୍ତି। ବିମାନବନ୍ଦର ସମ୍ମୁଖ, କ୍ୟାପିଟାଲ ହସ୍‌ପିଟାଲ ସାମ୍ନା, ଏଜି ଛକ ଓ ରାଜଭବନ ଆଗରେ ଓଡ଼ିଶାର ସାଂସ୍କୃତିକ ତଥା ପାରଂପରିକ ଆଦିବାସୀ, ସମ୍ବଲପୁରୀ ନୃତ୍ୟ ଓ ବାଦ୍ୟ ସହିତ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ବାଗତ କରିବାକୁ ପ୍ରସ୍ତୁତ ଅଛନ୍ତି। ସେହିପରି ବିମାନବନ୍ଦର ଠାରୁ ରାଜଭବନ ପର୍ଯ୍ୟନ୍ତ ମୋଦୀଙ୍କ ରାସ୍ତାରେ ସମର୍ଥକଙ୍କର ଭିଡ଼ ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀ ମୋଦୀ ବିମାନବନ୍ଦରରୁ ସିଧାସଳଖ ରାଜଭବନ ଯିବେ ଏବଂ ସେଠାରେ ରାତ୍ରିଯାପନ କରିବେ। ଆସନ୍ତାକାଲି ପୂର୍ବାହ୍‌ଣରେ ରାଜଭବନରୁ ବାହାରି ଜନତା ମଇଦାନରେ ପହଞ୍ଚିବେ।ପ୍ରଧାନମନ୍ତ୍ରୀ ମୋଦୀ ଆସନ୍ତାକାଲି (ଗୁରୁବାର) ସ୍ଥାନୀୟ ଜନତା ମଇଦାନ୍‌ରେ ଆରମ୍ଭ ହୋଇଥିବା ‘ପ୍ରବାସୀ ଭାରତୀୟ ଦିବସ’ ସମ୍ମେଳନକୁ ଉଦ୍‌ଘାଟନ କରିବା ସହ ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧନ କରିବେ। ଏହାପରେ ୪ଟି ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିବେ। ସେଗୁଡ଼ିକ ହେଲା ବିଶ୍ବରୂପ ରାମ: ଦ ୟୁନିଭର୍ସାଲ ଲିଗାସି ଅଫ୍ ରାମାୟଣ, ବୈଷୟିକ ଜ୍ଞାନ ପାଇଁ ପ୍ରବାସୀଙ୍କ ଅବଦାନ, ଭାରତ ଭାରତୀୟ: ସ୍ବଦେଶ ପ୍ରଦେଶ, ଓଡ଼ିଶାର ଐତିହ୍ୟ ଓ ସଂସ୍କୃତି ସମ୍ବନ୍ଧୀୟ ପ୍ରଦର୍ଶନୀ। ଏହା ସହ ‘ପ୍ରବାସୀ ଭାରତୀୟ ଏକ୍ସପ୍ରେସ’ର ଉଦ୍‌ଘାଟନ କରାଯିବ। ଅପରାହ୍ନରେ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଅଧ୍ୟକ୍ଷତାରେ ଏକ ପୂର୍ଣ୍ଣାଙ୍ଗ ଅଧିବେଶନ ହେବ। ଏଥିରେ ସବୁଜ ସଂଯୋଗ: ନିରନ୍ତର ବିକାଶରେ ପ୍ରବାସୀଙ୍କ ଅବଦାନ ଉପରେ ଆଲୋଚନା ହେବ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସ ସମାରୋହରେ ବିଶ୍ବରୂପ ରାମ: ଦ ୟୁନିଭର୍ସାଲ ଲିଗାସି ଅଫ୍ ରାମାୟଣ, ବୈଷୟିକ ଜ୍ଞାନ ପାଇଁ ପ୍ରବାସୀଙ୍କ ଅବଦାନ, ଭାରତ ଭାରତୀୟ: ସ୍ବଦେଶ ପ୍ରଦେଶ, ଓଡ଼ିଶାର ଐତିହ୍ୟ ଓ ସଂସ୍କୃତି ସମ୍ବନ୍ଧୀୟ ପ୍ରଦର୍ଶନୀ ଉଦ୍‌ଘାଟନ କରିବେ।

ସୂଚନାଯୋଗ୍ୟ, ଜନତା ମଇଦାନରେ ଆଜି ଯୁବ ପ୍ରବାସୀ ଦିବସ ପାଳନ ହୋଇଛି। ଏଥିରେ ଆମେରିକାର ନିଉଜ୍ୱିକ୍ର ସିଇଓ ଡ. ଦେବ ପ୍ରଗାଦ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର, କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ମନସୁଖ୍ ମାଣ୍ଡବ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏହା ପରେ ଓଡ଼ିଶାରେ କିପରି ପ୍ରବାସୀ ଭାରତୀୟମାନେ (ବିଶେଷକରି ଓଡ଼ିଶାର) ଯେପରି ଓଡ଼ିଶାରେ ଅଧିକ ପୁଞ୍ଜିନିବେଶ କରିବେ ସେଥିପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରବାସୀମାନଙ୍କ ସହ ସିଧାସଳଖ ଆଲୋଚନା କରିଥିଲେ। ପରେ ବିଭିନ୍ନ ପୂର୍ଣ୍ଣାଙ୍ଗ ଅଧିବେଶନ ମାଧ୍ୟମରେ ପ୍ରବାସୀ ଭାରତୀୟଙ୍କ ସହ ଆଲୋଚନା କରାଯାଇଥିଲା। ଓଡ଼ିଶାରେ ପୁଞ୍ଜିନିବେଶ କରିବା ପାଇଁ କ’ଣ କ’ଣ ସୁଯୋଗ ଅଛି, କିପରି ଓଡ଼ିଶା ସରକାର ସହଯୋଗ ଯୋଗାଇ ଦେଉଛନ୍ତି ସେନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଉପସ୍ଥାପନ କରାଯାଇଥିଲା। ଶେଷରେ ଭାରତୀୟ କଳାକାରମାନେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। 

ଉଦ୍ଯାପନୀ ଦିବସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ୨୭ଜଣଙ୍କୁ ‘ପ୍ରବାସୀ ଭାରତୀୟ ସମ୍ମାନ’ ପୁରସ୍କାରରେ ସମ୍ମାନିତ କରିବେ। ଏହା ପୂର୍ବରୁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ପୂର୍ଣ୍ଣାଙ୍ଗ ଅଧିବେଶନରେ ‘ପ୍ରବାସୀ ଭାରତୀୟ ସଂଳାପ: ସଂସ୍କୃତି, ସଂଯୋଗ ଓ ସମ୍ପର୍କର କାହାଣୀ’ ଉପରେ ଆଲୋଚନା ହେବ। ସେହିପରି ଏହି ତିନି ଦିନରେ ବିଭିନ୍ନ କେନ୍ଦ୍ର ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୫ଟି ପୂର୍ଣ୍ଣାଙ୍ଗ ଅଧିବେଶନ ହେବ। ସୂଚନାଯୋଗ୍ୟ ଯେ, ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବାକୁ ଆଜି ସକାଳ ସୁଦ୍ଧା ପ୍ରାୟ ଅଢ଼େଇ ହଜାର ପ୍ରବାସୀଙ୍କ ସମେତ ମୋଟ୍ ୬ ହଜାର ଜଣ ପଞ୍ଜୀକରଣ କରିଛନ୍ତି।

Prajatantra

The Prajatantra is a prominent Odia-language daily newspaper founded on July 4, 1947, and officially launched as a daily on August 8, 1947. Conceived by Dr. Harekrushna Mahtab, it is headquartered near the High Court in Chandinchowk, Cuttack. As a fierce symbol of struggle against feudalism and orthodoxy, it publishes daily editions, maintains a strong local presence, and runs digital news.The newspaper has played a pivotal role in shaping Odisha's history, championing causes like the amalgamation of princely states, the SRC movement, and the establishment of the capital at Bhubaneswar. The publication operates under The Prajatantra Prachar Samity, which also produces popular sister publications including: The Jhankar: A monthly literary journal. The Meenabazar: A monthly magazine for children. The Saptahiki: The largest circulated Odia news weekly.

Leave a Reply

Your email address will not be published. Required fields are marked *