ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିର୍ମାଣ ହେବ ସ୍ଥାୟୀ ରଂଗମହଲ

ବରଗଡ଼/ଭୁବନେଶ୍ୱର ୧୨-୦୧-୨୦୨୫( ପିପିଏସ) : ୭୭ତମ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ରବିବାର ବଡ଼ ଘୋଷଣା କରିଛନ୍ତି।  ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ଏହି ଭବ୍ୟ ସମାରୋହରେ ଯୋଗ ଦେଇ ସେ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଧନୁଯାତ୍ରାର ଅନୁଦାନ ରାଶି ୧ କୋଟି ଟଙ୍କାକୁ ବୃଦ୍ଧି କରାଯାଉଛି। ପୂର୍ବରୁ ଏହି ରାଶି ୧୦ ଲକ୍ଷ ଟଙ୍କା ଥିଲା। ବର୍ତ୍ତମାନ ଧନୁଯାତ୍ରାରେ ଅଂଶ ଗ୍ରହଣ କରିଥିବା ୧୭୦ କଳାକାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସମ୍ମାନ ରାଶି ପ୍ରଦାନ କରାଯିବ।

Leave A Reply

Your email address will not be published.