ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର
1 min read

ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର

ଭୁବନେଶ୍ୱର ୧୬-୦୧-୨୦୨୫(ପିପିଏସ) : ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ପାଇଁ ସରକାରଙ୍କ ପକ୍ଷରୁ ସମ୍ମାନସୂଚକ ସହାୟତା ରାଶି ଘୋଷଣା କରାଯାଇଛି। ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ମିଳିବ । ଓଡ଼ିଶା ସରକାର ଏହି ସହାୟତା ରାଶି ଘୋଷଣା କରିଛନ୍ତି ।ଚଳିତ ଜାନୁଆରି ମାସ ୨୫ରୁ ଏହି ସହାୟତା ରାଶି ପ୍ରଦାନ କରାଯିବ। ପୂର୍ବରୁ ଏନେଇ ନିଷ୍ପତ୍ତି ନିଆଯାଇଥିବା ବେଳେ ଗୁରୁବାର ଏହାକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି । ଏନେଇ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି।ପୂର୍ବରୁ ପଦ୍ମ ବିଜେତାଙ୍କୁ ମାସକୁ ୩୦ ହଜାର ଟଙ୍କାର ସମ୍ମାନସୂଚକ ସହାୟକ ରାଶି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଥିଲେ । ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାରପ୍ରାପ୍ତ ବ୍ୟକ୍ତି ବିଶେଷ ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇବେ । ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାପଡିଛି ।ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ପଦ୍ମଶ୍ରୀ, ପଦ୍ମଭୂଷଣ ଏବଂ ପଦ୍ମ ବିଭୂଷଣ ପୁରସ୍କାର ପାଇଥିବା ବ୍ୟକ୍ତି ବିଶେଷଙ୍କୁ ଏହି ସମ୍ମାନ ରାଶି ପ୍ରଦାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଗୁରୁବାର ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ସହାୟକ ରାଶି ପ୍ରଦାନ ନେଇ ବିଜ୍ଞପ୍ତି ଜାରି କରାଯାଇଛି।ତେବେ ରାଜ୍ୟରେ ବର୍ତ୍ତମାନ ୫୫ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ଅଛନ୍ତି। ସେମାନଙ୍କୁ ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ସରକାର ପ୍ରଦାନ କରିବେ। ଏଥିପାଇଁ ବର୍ଷକୁ ରାଜକୋଷରୁ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ ।

Leave a Reply

Your email address will not be published. Required fields are marked *