ଆପାର୍ଟମେଣ୍ଟ ପଞ୍ଜିକରଣ ବିଜ୍ଞପ୍ତି: ହାଇକୋର୍ଟଙ୍କ ରହିତାଦେଶ
1 min read

ଆପାର୍ଟମେଣ୍ଟ ପଞ୍ଜିକରଣ ବିଜ୍ଞପ୍ତି: ହାଇକୋର୍ଟଙ୍କ ରହିତାଦେଶ

କଟକ: ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଗୃହ ଓ ନଗର ନିର୍ମାଣ ବିଭାଗ ଦ୍ବାରା ଅଣାଯାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ଜାରି ହୋଇଛି । ଗତ ଫେବ୍ରୁଆରି ପହିଲାରେ ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ଜାରି କରାଯାଇଥିଲା । ବିଜ୍ଞପ୍ତି ଅନୁସାରେ ୨୦୧୭ ମସିହା ପୂର୍ବରୁ ନିର୍ମାଣ ସରିଥିବା ଆପାର୍ଟମେଣ୍ଟ ଗୁଡ଼ିକର ପଞ୍ଜିକରଣ ହେବ । ବିନା ଆପାର୍ଟମେଣ୍ଟ ଆଇନ୍‌ ଅନୁଯାୟୀ ଏହା କରିହେବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଥିଲା ।କିନ୍ତୁ ରେରା ଆଇନ୍‌ ଆସିବା ପୂର୍ବରୁ ଶେଷ ହୋଇଥିବା ଆପାର୍ଟମେଣ୍ଟ ମଧ୍ୟ ରେରା ଆଇନ୍‌ ପରିସରଭୁକ୍ତ ହେବାର ଆବଶ୍ୟକତା ଅଛି ବୋଲି ଆବେଦନକାରୀ ବିମଳେନ୍ଦୁ ପ୍ରଧାନଙ୍କ ପକ୍ଷରୁ ହାଇକୋର୍ଟଙ୍କ ସମ୍ମୁଖରେ ଯୁକ୍ତି ଉପସ୍ଥାପନ କରାଯାଇଥିଲା । ଏହାକୁ ହାଇକୋର୍ଟଙ୍କ ଖଣ୍ଡପୀଠ ଗ୍ରହଣ କରିବା ସହିତ ସରକାରୀ ବିଜ୍ଞପ୍ତି ଉପରେ ରୋକ ଲାଗୁ କରିଛନ୍ତି। ଏହା ସହିତ ଆସନ୍ତା ବୁଧବାର ସୁଦ୍ଧା ଜବାବ ରଖିବା ଲାଗି ନଗର ଉନ୍ନୟନ ବିଭାଗକୁ ହାଇକୋର୍ଟଙ୍କ ଖଣ୍ଡପୀଠଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି । ଆସନ୍ତା ବୁଧବାର ଫେବ୍ରୁଆରି ୧୯ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ହାଇକୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି ।

Leave a Reply

Your email address will not be published. Required fields are marked *