ପ୍ରଜାତନ୍ତ୍ର ନ୍ୟୁଜ୍

ପ୍ରଜାତନ୍ତ୍ର ପ୍ରଚାର ସମିତି ପକ୍ଷରୁ ଏକ ନିରପେକ୍ଷ ନ୍ୟୁଜ୍ ପୋର୍ଟାଲ୍

Advertisement

ମଧ୍ୟାହ୍ନ ଭୋଜନ ସହାୟତା ରାଶି ଟଙ୍କାଏ ବଢିବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର/୨୧-୦୮-୨୪ (ପିପିଏସ ): ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ସହାୟତା ରାଶି ବୃଦ୍ଧି କରାଯିବ। ମିଲ୍‌ ପିଛା ସହାୟତା ୧ ଟଙ୍କା ବୃଦ୍ଧି ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ସୂଚନାଯୋଗ୍ୟ ଯେ, ଦୀର୍ଘ ଦିନ ଧରି ମିଡ୍ ମେ ମିଲ୍ ସହାୟତା ରାଶି ବୃଦ୍ଧି କରିବାକୁ ଦାବି ହେଇ ଆସୁଥିଲା । ମିଡ୍ ଡେ ମିଲରେ କମ ପଇସା ମିଳୁଥିବାରୁ ଏହାକୁ ନେଇ ଅନେକ ସମୟରେ ଅସନ୍ତୋଷ ଦେଖିବାକୁ ମିଳୁଥିଲା । ହେଲେ ଶେଷରେ ଏହି ସହାୟତା ରାଶିର ପରିମାଣ ବୃଦ୍ଧି କରିବାକୁ ଯାଉଛନ୍ତି ରାଜ୍ୟ ସରକାର ।

Leave a Reply

Your email address will not be published. Required fields are marked *