୮ରୁ ତାତି
1 min read

୮ରୁ ତାତି

ଭୁବନେଶ୍ୱର ୦୬-୦୩-୨୦୨୫(ପିପିଏସ) : ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଦିନର ସର୍ବୋଚ୍ଚ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ଆଜି ଭଳି ସ୍ଥିତି ଲାଗିରହିବ। ମାତ୍ର ଏହାପରେ ତାପମାତ୍ରା ୨ରୁ ୩ ଡିଗ୍ରି ବଢ଼ିବ। ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରି ଛୁଇଁବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆକଳନ ଅନୁଯାୟୀ ୬ ଓ ୭ ତାରିଖରେ ବଲାଙ୍ଗୀର, ଟିଟିଲାଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ମାଲକାନଗିରି, ବୌଦ୍ଧ ସହରର ତାପମାତ୍ରା ୩୭ ଡିଗ୍ରି କିମ୍ବା ତା’ଠାରୁ ଅଧିକ ରହିବ। ଉପକୂଳ ଓଡ଼ିଶାର ତାପମାତ୍ରା ୩୫ ଡିଗ୍ରି ତଳେ ରହିବ।ପାରାଦୀପ, ପୁରୀ, ଗୋପାଳପୁର, ଛତ୍ରପୁର, ଦେବଗଡ଼, ନୟାଗଡ଼ ଜିଲ୍ଲାର ତାପମାତ୍ରା ୩୨ ଡିଗ୍ରି ରହିପାରେ। ୮ ତାରିଖଠାରୁ ପାଗରେ ପରିବର୍ତ୍ତନ ଆସିବା ସହ ପଶ୍ଚିମ ଓଡ଼ିଶାର ତାପମାତ୍ରା ପୁଣିଥରେ ଉପରମୁହାଁ ହେବ। ୯ ତାରିଖ ବେଳକୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ଫୁଲବାଣୀ, ବଲାଙ୍ଗୀର, ଟିଟିଲାଗଡ଼, ଭବାନୀପାଟଣା ତାପମାତ୍ରା ୩୯ ଡିଗ୍ରି ଛୁଇଁପାରେ। ଏହି ସମୟରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାପମାତ୍ରା ସ୍ବାଭାବିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆଜି ବୌଦ୍ଧରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୮.୮ ଡିଗ୍ରି ରେକର୍ଡ ରହିଥିବା ବେଳେ ମାଲକାନଗିରିରେ ୩୭.୫, ଅନୁଗୁଳରେ ୩୭.୧ ଡିଗ୍ରି ରହିଥିଲା।

Leave a Reply

Your email address will not be published. Required fields are marked *