କଟକ ବୟାଳିଶି ମୌଜାରେ ବେଆଇନ ବନ୍ଧୁକ କାରଖାନା ଠାବ: ବନ୍ଧା ହେଲେ ୪ ଅଭିଯୁକ୍ତ
କଟକ ବୟାଳିଶି ମୌଜାରୁ ଏକ ବେଆଇନ ବନ୍ଧୁକ କାରଖାନା ଠାବ କରିଛି କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍। ଏଠାରୁ ଶହ ଶହ ବନ୍ଧୁକ ଓ ମାଗାଜିନ୍ ବି ଜବତ କରାଯାଇଛି। ବନ୍ଧୁକ କାରଖାନା ଠାବ କରିବା ସହ ୪ଜଣଙ୍କୁ ଗିରଫ କରିଛି କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍ ।
କଟକ ୧୩-୦୩-୨୦୨୫ (ପିପିଏସ ) : କଟକ ବୟାଳିଶି ମୌଜାରୁ ଏକ ବେଆଇନ ବନ୍ଧୁକ କାରଖାନା ଠାବ କରିଛି କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍। ଏଠାରୁ ଶହ ଶହ ବନ୍ଧୁକ ଓ ମାଗାଜିନ୍ ବି ଜବତ କରାଯାଇଛି। ବନ୍ଧୁକ କାରଖାନା ଠାବ କରିବା ସହ ୪ଜଣଙ୍କୁ ଗିରଫ କରିଛି କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍ । ଏହି ୪ଜଣଙ୍କ ମଧ୍ୟରେ ଜଣେ ପଶ୍ଚିମବଙ୍ଗ ଓ ଆଉ ଜଣେ ବିହାରର ଥିବା ଜଣାଯାଇଛି। ଜଙ୍ଗଲ ଭିତରେ ନିଛାଟିଆ ଜାଗାରେ ବନ୍ଧୁକ କାରଖାନା ହୋଇଥିଲା । ସରୋଜ ଚନ୍ଦ୍ର ବେହେରା ନାମକ ଜଣେ ବ୍ୟକ୍ତିଙ୍କ ଘରେ ଏହି ବେଆଇନ ବନ୍ଧୁକ କାରଖାନା ତିଆରି କରି କାରବାର ଚାଲିଥିଲା। ଏକ ଚାଳଘରେ ଦୀର୍ଘ ଦିନ ହେବ ଏହି କାରଖାନା ଚାଲି ଆସୁଥିଲା । ତେବେ କୌଣସି ସୂତ୍ରରୁ ଖବର ପାଇ କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍ ଏହି ବନ୍ଧୁକ କାରଖାନା ଉପରେ ଚଢ଼ାଉ କରିଥିଲା । ଚଢ଼ାଉ ବେଳେ ବିପୁଳ ପରିମାଣର ବନ୍ଧୁକ ସହ ବନ୍ଧୁକ ତିଆରି ସମାଗ୍ରୀ ଜବତ କରାଯାଇଛି। ଏବେ ବି କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍ର ଅଧିକାରୀ ଚଢ଼ାଉ ଜାରି ରଖିଛନ୍ତି ।