ଭୀଷଣ ବର୍ଷା ନେଇ ଆଗାମୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ
ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର,୨୧।୦୭: ଭୀଷଣ ବର୍ଷା ନେଇ ଆଗାମୀ ୩ ଦିନ ଅର୍ଥାତ୍ ୨୦ ତାରିଖ ସକାଳ ଠାରୁ ଆସନ୍ତା ୨୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢ଼େଙ୍କାନାଳ, କଟକ ।
ସେହିପରି ଭୀଷଣ ବର୍ଷାର ସମ୍ଭାବନା ନେଇ ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା (କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

