ଆଗାମୀ ଅଗଷ୍ଟ ମାସରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ।
1 min read

ଆଗାମୀ ଅଗଷ୍ଟ ମାସରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ।

ଭୁବନେଶ୍ୱର, ୨୨/୭: ରାଜ୍ୟକୁ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି। ଆସନ୍ତା ଅଗଷ୍ଟ ୩ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ସେ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ କାଳରେ ରାଷ୍ଟ୍ରପତି ରାଜ୍ୟର ତିନୋଟି ପ୍ରମୁଖ ସହର— ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର ପରିଦର୍ଶନ କରିବା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟସୂଚୀ ରହିଛି। ରାଷ୍ଟ୍ରପତିଙ୍କ ଏହି ଓଡ଼ିଶା ଗସ୍ତକୁ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ଏକ ପ୍ରାରମ୍ଭିକ ଖସଡ଼ା ପ୍ରସ୍ତୁତ କରାଯାଇ ଓଡ଼ିଶା ସରକାରଙ୍କୁ ହସ୍ତାନ୍ତର କରାଯାଇଛି। ଏହି ପ୍ରାରମ୍ଭିକ କାର୍ଯ୍ୟସୂଚୀ ଆଧାରରେ ପ୍ରଶାସନ ପକ୍ଷରୁ ଆବଶ୍ୟକୀୟ ପ୍ରସ୍ତୁତି ପର୍ବ ଜୋରଦାର କରାଯାଉଛି।

ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ତୁରନ୍ତ ରିପୋର୍ଟ ମାଗିଲେ ରାଜ୍ୟ ସରକାର

ମହାମହିମଙ୍କ ଆଗମନକୁ ଦୃଷ୍ଟିରେ ରଖି ରାଜ୍ୟ ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ହୋଇପଡ଼ିଛି। ସୁରକ୍ଷା, କାରକେଡ୍‌ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥାକୁ ସୁନିଶ୍ଚିତ କରିବା ପାଇଁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ରାଷ୍ଟ୍ରପତି ପହଞ୍ଚିବା ପୂର୍ବରୁ ସମସ୍ତ ବିଭାଗୀୟ ପ୍ରସ୍ତୁତି ଶେଷ କରି ତୁରନ୍ତ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବାକୁ ସମ୍ପୃକ୍ତ ଉଚ୍ଚାଧିକାରୀମାନଙ୍କୁ ସରକାରଙ୍କ ପକ୍ଷରୁ କୁହାଯାଇଛି।

Leave a Reply

Your email address will not be published. Required fields are marked *