1 min read

ଗାଁ ଦାଣ୍ଡରେ ନିଶାପ ନାହିଁ, ଥାନାରେ ଭିଡ ! 

ଭାଇଚାରା ଭାଙ୍ଗୁଛି, ବଢୁଛି ଶତ୍ରୁତା !  ଅସ୍ତରଙ୍ଗ :- ଦିନେ ଗାଁ ମୁଣ୍ଡ ଭାଗବତ ଟୁଙ୍ଗି, ଗାଁ ଚାନ୍ଦିନୀ କିମ୍ବା ବରଗଛ ମୂଳ ଥିଲା ଗାଁର କୋର୍ଟ। ଘରୋଇ କଳି, ଜମିବାଡି ବିବାଦ, ଝଗଡା ସବୁ ମୁରବିଙ୍କ ଗୋଟିଏ କଥାରେ ଶେଷ ହୋଇଯାଉଥିଲା। ବାବା ଲୋକନାଥ, ବୁଧେଶ୍ୱର, ପଶ୍ଚିମେଶ୍ୱର, ଗ୍ରାମେଶ୍ୱରଙ୍କ ନାଁ ଧରି ଶପଥ କଲେ ସବୁ ସରିଯାଉଥିଲା। ମୁରବି ଯାହା କହିବେ ତାହା ସମସ୍ତେ ଶିରୋଧାର୍ଯ୍ୟ କରୁଥିଲେ। ବିନା ପଇସାରେ ନ୍ୟାୟ ମିଳୁଥିଲା। ଏବେ ସେ […]

1 min read

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ କଷ୍ଟି ଡାକୁଆଙ୍କ ସହିଦ୍ ଦିବସ ପାଳିତ

ନୟାଗଡ : ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ମହାନ୍ ସ୍ବାଧୀନତା ସଂଗ୍ରାମୀ ସହିଦ କଷ୍ଟି ଡାକୁଆଙ୍କ ସହିଦ୍ ଦିବସ ପାଳିତ ହୋଇ ଯାଇଛି। ବିଦ୍ଯାଳୟ ପରିସରରେ ସ୍ଥାପିତ କଷ୍ଟି ଡାକୁଆଙ୍କ ପ୍ରତିମୂର୍ତ୍ତିରେ ବିଶିଷ୍ଟ ସାହିତ୍ୟିକ ବିଶ୍ବନାଥ ମହାପାତ୍ର ଓ ବରିଷ୍ଠ ସମାଜସେବୀ ପ୍ରମୋଦ ପଟ୍ଟନାୟକ,ବିଦ୍ଯାଳୟର ସଂପାଦକ ସମାଜସେବୀ ଶ୍ରୀଧର ସାହୁ ଓ ଯୁଗ୍ମ ସଂପାଦକ ସନ୍ତୋଷ କୁମାର ନାୟକ ପୁଷ୍ପ ମାଲ୍ଯାର୍ପଣ କରିବା ସହିତ ଧୂପ ଦୀପ ଅର୍ପଣ କରିଥିଲେ। ଏହା ବ୍ଯତୀତ ଉକ୍ତ ମଣ୍ଡପରେ ସ୍ଥାପିତ […]

1 min read

୨୦୨୭ ନିର୍ବାଚନ ପୂର୍ବରୁ ଯୋଗୀ-ଅଖିଳେଶ ମୁହାଁମୁହିଁ

ଅଯୋଧ୍ୟା : ଉତ୍ତରପ୍ରଦେଶ ରାଜନୀତିରେ ଅଯୋଧ୍ୟା ଆସନକୁ ନେଇ ବଢ଼ିଲା ରାଜନୈତିକ ଉଷ୍ମତା। ୨୦୨୭ ୟୁପି ବିଧାନସଭା ନିର୍ବାଚନରେ ଅଯୋଧ୍ୟାରୁ ଲଢ଼ିବାକୁ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ଯୋଗୀ କହିଛନ୍ତି, ଅଖିଳେଶ ଅଯୋଧ୍ୟାରୁ ପ୍ରାର୍ଥୀ ହେଲେ ସେ ମଧ୍ୟ ସେଠାରୁ ନିର୍ବାଚନ ଲଢ଼ିବେ ଏବଂ ଉଭୟଙ୍କ ମଧ୍ୟରେ ସିଧାସଳଖ ଲଢ଼େଇ ହେଉ। ଏହାର ଜବାବ ଦେଇ ଅଖିଳେଶ କହିଛନ୍ତି, ବିଜେପିକୁ ହରାଇବା ପାଇଁ ସମାଜବାଦୀ ପାର୍ଟିର ଜଣେ […]

1 min read

ଫ୍ଲାଏଦୁବାଇ ବିମାନରେ ଭାରତୀୟ କ୍ୟାପ୍ଟେନଙ୍କୁ ଆକ୍ରମଣ ଘଟଣା: ମାମଲା ରୁଜୁ କଲା ଏନଆଇଏ

ନୂଆଦିଲ୍ଲୀ:  କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ ଫ୍ଲାଏଦୁବାଇ ଆକ୍ରମଣ ଘଟଣାରେ ମାମଲା ରୁଜୁ କରିଛି ଜାତୀୟ ତଦନ୍ତକାରୀ ସଂସ୍ଥା ବା ଏନଆଇଏ। ଦୁବାଇରୁ ଇସ୍ରାଏଲ ଯାଉଥିବା ବିମାନର କକପିଟ୍‌ରେ ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛାରଙ୍କୁ ଆକ୍ରମଣ କରାଯାଇଥିଲା। କକପିଟ୍‌ରେ ଥିବା ଓମାନର ସହ ପାଇଲଟ ଏପରି ଆକ୍ରମଣ କରିଥିଲେ। ସେ ମଚ୍ଛାରଙ୍କୁ ଆକ୍ରମଣ କରି ବିମାନକୁ କ୍ରାଶ କରିବାକୁ ଚାହୁଁଥିଲେ ହେଁ ଏହା ସମ୍ଭବ ହୋଇ ନଥିଲା। ବିମାନଟି ସାଉଦି ଆରବରେ ଜରୁରୀ ଅବତରଣ କରିଥିଲା।  ସେପ୍ଟେମ୍ବର ୩୦ […]

1 min read

ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ‘ଜେଡ୍ ପ୍ଲସ୍’ (Z+) ସୁରକ୍ଷା

ନୂଆଦିଲ୍ଲୀ: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଭୋଟର ତାଲିକା ସ୍ୱତନ୍ତ୍ର ସଂଶୋଧନ ପ୍ରକ୍ରିୟାକୁ ନେଇ ଚାଲିଥିବା ବିବାଦ ଏବଂ ବିରୋଧୀ ଦଳଗୁଡ଼ିକର କ୍ରମାଗତ ପ୍ରତିବାଦ ଓ ପ୍ରଦର୍ଶନକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ତାଙ୍କୁ ‘ଜେଡ୍ ପ୍ଲସ୍’ (Z+) ସୁରକ୍ଷା ବଳୟ ପ୍ରଦାନ କରିଛନ୍ତି। ଗୁପ୍ତଚର ଏଜେନ୍ସିଗୁଡ଼ିକର ସୁରକ୍ଷା ଆକଳନଏବଂ ଦିଲ୍ଲୀ ଓ ଆଗ୍ରା ସ୍ଥିତ ବାସଭବନ ବାହାରେ ହୋଇଥିବା ପ୍ରଦର୍ଶନ ପରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।ମୁଖ୍ୟ ନିର୍ବାଚନ କମିଶନରଙ୍କ […]

1 min read

୫ ରାଜ୍ୟ ଗସ୍ତ କରିବେ ଡେପୁଟି ଇସି

ନୂଆଦିଲ୍ଲୀ: ଦେଶର ୫ଟି ରାଜ୍ୟରେ ଆଗାମୀ ଦିନରେ ହେବାକୁ ଥିବା ଗୁରୁତ୍ବପୂର୍ଣ୍ଣ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ କମିସନଙ୍କ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ବିଭିନ୍ନ ରାଜ୍ୟରେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବା ପାଇଁ ଡେପୁଟି ନିର୍ବାଚନ କମିସନରଙ୍କ ନେତୃତ୍ୱରେ କମିସନଙ୍କ ବରିଷ୍ଠ ଅଧିକାରୀମାନଙ୍କ ଏକ ସ୍ୱତନ୍ତ୍ର ଟିମ୍ ଚଳିତ ସପ୍ତାହରୁ ୫ଟି ରାଜ୍ୟକୁ ଗସ୍ତ ଆରମ୍ଭ କରିବେ।  ସରକାରୀ ସୂତ୍ର ଅନୁଯାୟୀ, ଚଳିତ ସପ୍ତାହରେ ନିର୍ବାଚନ କମିସନଙ୍କ ଦଳ ପ୍ରଥମେ ଗୋଆ ଗସ୍ତ କରିବେ ଏବଂ ଏହାପରେ ଆଗାମୀ […]

1 min read

ଏକ ହଜାର ବେଡ୍ ବିଶିଷ୍ଟ ସୁପର ସ୍ପେଶାଲିଟି ହସ୍ପିଟାଲ କରିବ ବେଦାନ୍ତ

ଭୁବନେଶ୍ବର: ପଶ୍ଚିମଓଡ଼ିଶାରେ ଏକ ହଜାର ବେଡ୍ ବିଶିଷ୍ଟ ସୁପର ସ୍ପେଶାଲିଷ୍ଟ ହସ୍ପିଟାଲ ନିର୍ମାଣ କରିବାକୁ ବେଦାନ୍ତ ଗ୍ରୁପ୍ ପ୍ରସ୍ତାବ ଦେଇଛି। ରାଜ୍ୟ ସରକାର ଯେଉଁଠି କହିବେ ସେଠାରେ ଏହି ହସ୍ପିଟାଲ ନିର୍ମାଣ କରାଯିବ ବୋଲି ବେଦାନ୍ତ ଗ୍ରୁପ୍ ମୁଖ୍ୟ ଅନୀଲ ଅଗ୍ରୱାଲ ସୂଚନା ଦେଇଛନ୍ତି। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିବା ପରେ ବେଦାନ୍ତ ଅଧ୍ୟକ୍ଷ ଅନୀଲ ଅଗ୍ରୱାଲ କହିଛନ୍ତି ଯେ, କମ୍ପାନୀର ଝାରସୁଗୁଡ଼ା ସ୍ମେଲଟର ପ୍ଲାଣ୍ଟ ସମ୍ପ୍ରସାରଣ ପାଇଁ ରାଜ୍ୟ […]

1 min read

ରାସ୍ତା ନଥିବାରୁ ହାତୀଛଡ଼ା ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ରୋଗୀଙ୍କୁ ୩ କିମି ବୋହି ନେବାକୁ ପଡ଼ୁଛି

ରାଇରଙ୍ଗପୁର: କେନ୍ଦ୍ର ଓ ରାଜ୍ୟ ସରକାର ଜନସାଧାରଣଙ୍କ ପାଇଁ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବାବେଳେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ବ୍ଲକ ଅନ୍ତର୍ଗତ ହାତୀଛଡ଼ା ଗ୍ରାମବାସୀ ମୌଳିକ ସଡ଼କ ସୁବିଧାରୁ ବଞ୍ଚିତ ଥିବା ଅଭିଯୋଗ ହୋଇଛି। ବିଶେଷକରି କଳାମକରୁ ହାତୀଛଡ଼ା ପର୍ଯ୍ୟନ୍ତ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଗାଁରେ ୫୦ରୁ ଅଧିକ ପରିବାର ବସବାସ କରୁଥିବାବେଳେ ଯାତାୟାତର ସୁବିଧା ନଥିବାରୁ ରୋଗୀ ଓ ଗର୍ଭବତୀ ମହିଳାମାନେ ସବୁଠାରୁ ଅଧିକ ହଇରାଣ ହେଉଛନ୍ତି। ବର୍ଷାଦିନେ ସମସ୍ୟା […]

1 min read

ରାସ୍ତା ନାହିଁ, ଦୋଳା ଭରସା; ସୁଗାମାହା ଗାଁରେ ବିକାଶର ଚିତ୍ର ଶୋଚନୀୟ

ଘୁ.ଉଦୟଗିରି: ଦେଶ ସ୍ୱାଧୀନତାର ୭୯ ବର୍ଷ ପରେ ମଧ୍ୟ କନ୍ଧମାଳ ଜିଲ୍ଲାର ଘୁ.ଉଦୟଗିରି ବ୍ଲକ୍‌ ଅନ୍ତର୍ଗତ ଗ୍ରେସିଙ୍ଗିଆ ପଞ୍ଚାୟତର ସୁଗାମାହା ଗାଁକୁ ଯିବା ପାଇଁ ପକ୍କା ରାସ୍ତା ନାହିଁ। ଜଙ୍ଗଲ ଓ ପାହାଡ଼ ଘେରା ଏହି ଗାଁ ରାଜ୍ୟ ରାଜପଥଠାରୁ ପ୍ରାୟ ୩ କିଲୋମିଟର ଦୂରରେ ରହିଛି। ଗାଁକୁ ଯିବା ପାଇଁ ଲୋକଙ୍କୁ ଚାଲିଚାଲି ଯିବାକୁ ପଡ଼ୁଛି। ସୁଗାମାହାରେ ପ୍ରାୟ ୩୦ଟି ପରିବାରର ପ୍ରାୟ ୨୦୦ ଲୋକ ବସବାସ କରନ୍ତି। ଏଠାରେ ଅଧିକାଂଶ ଆଦିବାସୀ ପରିବାର ରହୁଥିବା […]

1 min read

ଟିଟିଲାଗଡ଼ରେ ଯୁବପିଢ଼ି ନିଶା କବଳରେ, ଚିନ୍ତା ବଢ଼ାଉଛି ନିଶା ବଟିକା

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ଼ ସହର ଏକ ଶାନ୍ତିପ୍ରିୟ ସହର ଭାବେ ପରିଚିତ। ଟିଟିଲାଗଡ଼ ରେଳ ଜଙ୍କସନ୍‌ ଯୋଗୁଁ ଏଠାରୁ ଦେଶର ବିଭିନ୍ନ ପ୍ରାନ୍ତକୁ ଯିବା ପାଇଁ ଲୋକଙ୍କ ଯାତାୟାତ ଲାଗି ରହିଥାଏ। ଦିନକୁ ଦିନ ଟ୍ରେନ୍‌ ସଂଖ୍ୟା ବଢ଼ିବା ସହ ଯାତ୍ରୀଙ୍କ ସଂଖ୍ୟା ମଧ୍ୟ ବଢ଼ୁଛି। ଅନ୍ୟପଟେ ସହରର ଯୁବପିଢ଼ି ମଧ୍ୟରେ ନିଶା ସେବନ ବଢ଼ୁଥିବା ଚିତ୍ର ଏବେ ଚିନ୍ତାର କାରଣ ହୋଇଛି। ଏକପଟେ ଅଭିଭାବକମାନେ ପିଲାଙ୍କ ଭବିଷ୍ୟତ ଗଢ଼ିବା ପାଇଁ ସ୍ୱପ୍ନ ଦେଖୁଥିବା ବେଳେ […]