ପାଣିପାଗ
ପୁଣି ହୋଇପାରେ ବର୍ଷା: ବଢ଼ିଲା ଚାଷୀଙ୍କ ଚିନ୍ତା
ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ଗତ ୧୭ ତାରିଖ ଠାରୁ ୨୧ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ହୋଇଥିବା ବର୍ଷାକୁ ନେଇ ଚାଷୀକୁଳ ହଇରାଣ ହୋଇଥିବା ବେଳେ ପୁଣି ଥରେ ସେମାନେ ସମାନପ୍ରକାରର ପରସ୍ଥିତିର ସାମ୍ନା କରିବାକୁ ପଡ଼ିପାରନ୍ତି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୪ ତାରିଖ ଠାରୁ ଦୁଇଦିନ ଯାଏଁ ରାଜ୍ୟରେ ପୁଣି ବର୍ଷା ସହ ଘନ କୁହୁଡ଼ି ହୋଇପାରେ। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ପଶ୍ଚିମା ଝଡ଼ […]
ଆସନ୍ତାକାଲିଠାରୁ କମିବ ବର୍ଷା, ୪୮ ଘଣ୍ଟା ରହିବ ଘନକୁହୁଡ଼ି
ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଉପକୂଳବର୍ତ୍ତି ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହ ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ବିକ୍ଷିପ୍ତ ବର୍ଷା ରହିବ। ଅଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଆଜିପ୍ରାୟତଃକମିଯିବମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା,ଜଗତସିଂପୁର,ଗଞ୍ଜାମ,ଗଜପତି, ରାୟଗଡ଼ା, ଯାଜପୁର, କଳାହାଣ୍ଡି,କନ୍ଧମାଳ , ଢେଙ୍କାନାଳ,ଖୋର୍ଦ୍ଧା,କଟକ,ଝାରସୁଗୁଡ଼ା ଜିଲ୍ଲାରେ ଅଧିକ ବର୍ଷା ରହିବ। ମାଲକାନଗିରି,ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର,ବରଗଡ଼, ସୋନପୁରରେ ଆଜି କମିପରେ ବର୍ଷା। ଆଜି ଅନେକ ସ୍ଥାନରେ ବର୍ଷା ରହିବ। କିନ୍ତୁ ଆସନ୍ତାକାଲିଠୁଁବହୁ ପରିମାଣରେ କମିବ ବର୍ଷା। ଏନେଇ ସୂଚନା ଦେଇଛନ୍ତି […]
୫ଦିନ ଯାଏଁ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା: ପାଣିପାଗ ବିଭାଗ
ଆଜିଠାରୁ ଆସନ୍ତା ୫ ଦିନ ପାଇଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଡିସେମ୍ବର ୧୭ ଓ ୧୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ୧୯ ରୁ ୨୧ ତାରିଖ ପର୍ଯ୍ୟନ୍ତ ଉପକୁଳ ଓଡ଼ିଶାରେ ବର୍ଷା ହୋଇପାରେ। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଆଜିଠାରୁ ଆସନ୍ତା ୫ ଦିନ ପାଇଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଡିସେମ୍ବର ୧୭ ଓ ୧୮ […]
୧୪ ଡିସେମ୍ବରରେ ବଙ୍ଗୋପସାଗରରେ ଲଘୁଚାପ
ଆସନ୍ତା ଡିସେମ୍ବର ୧୪ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆହୁରି ଘନୀଭୂତ ହେବ । ୧୨ ତାରିଖରେ ଏହା ଶ୍ରୀଲଙ୍କା ଉପକୂଳ ଛୁଇଁପାରେ ଭୁବନେଶ୍ୱର ୦୭-୧୨-୨୦୨୪(ପିପିଏସ) : ଆସନ୍ତା ଡିସେମ୍ବର ୧୪ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ […]
ଓଡ଼ିଶାର ଦାର୍ଜିଲିଂରେ ପାରା ୬.୬ ଡିଗ୍ରୀ
ଘୁ.ଉଦୟଗିରି/ଭୁବନେଶ୍ୱର ୧୯-୧୧-୨୦୨୪(ପିପିଏସ) : ସ୍ଥାନୀୟ ଅଞ୍ଚଳ ସମେତ ଟିକାବାଲି, ରାଇକିଆ, ସାରଂଗଡ଼ ପ୍ରଭୁତି ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା କମିବାରେ ଲାଗିଛି। ଗତ ୪ ଦିନ ଭିତରେ ଓଡ଼ିଶାର ଦାର୍ଜିଲିଂ କୁହାଯାଉଥିବା ଘୁ.ଉଦୟଗିରିର ତାପମାତ୍ରା ୯ ଡିଗ୍ରିରୁ ଆଜି ୬.୬ ଡିଗ୍ରିକୁ ଖସି ଆସିଛି। ସହର ଅପେକ୍ଷା ଦୁର୍ଗମ ପାହାଡ଼ ପର୍ବତ ଜଙ୍ଗଲ ଘେରା ଅଞ୍ଚଳରେ ୬ଡିଗ୍ରି ତକକୁ ପାରଦ ଖସି ରହୁଥିବା ଜଣାପଡ଼ିଛି। ଚଳିତ ବର୍ଷ ବିଳମ୍ବରେ ଶୀତ ଆରମ୍ବ ହୋଇଥିବା ବେଳେ ହଠାତ ପାରଦ […]
କୁହୁଡ଼ିର ବଳୟ ଭିତରେ ଜି ଉଦୟଗିରି; ପାରଦ ୧୪ଡିଗ୍ରି ରେକର୍ଡ
ଘୁ.ଉଦୟଗିରି/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ଚଳିତ ବର୍ଷ ଶୀତ ଏକ ପ୍ରକାର ଲୁଚକାଳି ଖେଳ ଖେଳୁଛି। ସହରର ତାପମାତ୍ରା ବଢୁଛି-ଖସୁଛି। ଶୀତର ପ୍ରକୋପ ସେତେ ମାତ୍ରାରେ ଅନୁଭବ ହୋଇନଥିଲେ ମଧ୍ୟ ଗତ ଦୁଇଦିନ ଭିତରେ ତାପମାତ୍ରା ତଳକୁ ଖସି ଆଜି ୧୪ ଡିଗ୍ରି ଥିବା ସୂଚନା ମିଳିଛି। ଲଗାତାର ସ୍ଥାନୀୟ ସହରର ତାପମାତ୍ରା ଖସିବାରେ ଲାଗିବା ସହ ଥଣ୍ଡା ବଢ଼ିବାରେ ଲାଗିଛି। ଦିନକୁ ଦିନ ପାରଦ ଖସୁଛି ଓ ଥଣ୍ଡା ବଢୁଛି।କୁହୁଡ଼ିର ବଳୟ ଭିତରେ ସାରା ଅଞ୍ଚଳ […]
ଜଳବାୟୁ ପରିବର୍ତ୍ତନ : ଖରାପ ପାଗ ଯୋଗୁଁ ପ୍ରଥମ ୯ ମାସରେ ଦେଶରେ ୩୨୦୦ ମୃତ
ଜଳବାୟୁ ପରିବର୍ତ୍ତନ ନେଇ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ରିପୋର୍ଟ ଅନୁଯାୟୀ, ୨୦୨୪ର ପ୍ରଥମ ୯ ମାସରେ ପ୍ରବଳ ଗରମ ଓ ପ୍ରବଳ ବର୍ଷା ଯୋଗୁଁ ୩,୨୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ନୂଆଦିଲ୍ଲୀ/ଭୁବନେଶ୍ୱର ୦୮-୧୧-୨୦୨୪ (ପିପିଏସ) : ଗ୍ଲୋବାଲ ୱାର୍ମିଂର ପ୍ରଭାବ ଦେଶରେ ସ୍ପଷ୍ଟ ଭାବେ ଦେଖିବାକୁ ମିଳୁଛି । ଗତ କିଛି ବର୍ଷ ହେବ ଦେଶର ବିଭିନ୍ନ ସ୍ଥାନରେ ପ୍ରବଳ ଗରମ, ଥଣ୍ଡା ଓ ଅଦିନିଆ ବର୍ଷା ହେଉଛି। ଦେଶରେ ପ୍ରବଳ […]
ଦାନାରେ ଭାଙ୍ଗିଛି ୧୬ ହଜାର ୪୧୬ ଘର, କ୍ଷୟକ୍ଷତି ହୋଇଛି ୬୦୦ କୋଟି ଟଙ୍କା
ଆଜି ବାତ୍ୟା ଦାନା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଆସିଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରାଥମିକ ଆକଳନ ଅନୁସାରେ ପ୍ରାୟ ୬ଶହ କୋଟି ଟଙ୍କାର କ୍ଷତି ହୋଇଛି। ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ଆଜି ବାତ୍ୟା ଦାନା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଆସିଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରାଥମିକ ଆକଳନ ଅନୁସାରେ ପ୍ରାୟ […]
କନ୍ଧମାଳରେ ଶୀତ: ରାତିର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରି ତଳକୁ ଖସିଲା
ଚଳିତ ବର୍ଷ କନ୍ଧମାଳ ଜିଲ୍ଲାରେ ଶୀତର ପହିଲି ସ୍ପର୍ଶ ଅନୁଭୂତ ହୋଇଛି। ଶୁକ୍ରବାର ଠାରୁ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବାରୁ ଆଜି ସକାଳୁ ସକାଳୁ ଥଣ୍ଡା ଅନୁଭୂତ ହୋଇଛି। ଦିନରେ ସାମାନ୍ୟ ଗ୍ରୀଷ୍ମ ଅନୁଭୂତ ହେଉଥିବା ବେଳେ ରାତିରେ ଶୀତ ଲାଗୁଛି। ସକାଳ ସମୟରେ ଘନ କୁହୁଡ଼ି ମଧ୍ୟ ପଡ଼ିଲାଣି। ଫୁଲବାଣୀ/ଭୁବନେଶ୍ୱର ୦୨-୧୧-୨୦୨୪(ପିପିଏସ) : କନ୍ଧମାଳ ଜିଲ୍ଲାରେ ଶୀତର ପହିଲି ସ୍ପର୍ଶ ଅନୁଭୂତ ହୋଇଛି। ଶୁକ୍ରବାର ଠାରୁ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବାରୁ ଆଜି ସକାଳୁ ସକାଳୁ […]
ଆସୁଛି ଆଉ ଏକ ଲଘୁଚାପ, ପୁଣି ଭିଜିବ ଓଡିଶା!
ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ଆସୁଛି ଆଉ ଏକ ଲଘୁଚାପ । ପୁଣି ଭିଜିବ ଓଡିଶା । ୫ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ଦକ୍ଷିଣ ଓଡିଶା ସମେତ ଆନ୍ଧ୍ରରେ ବର୍ଷା ସମ୍ଭାବନା ରହିଛି । ୮ ରୁ ୧୧ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଉପକୂଳରେ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଜ୍ଞାନୀ ସୁରେନ୍ଦ୍ରନାଥ ପଶୁପାଳକଙ୍କ ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି । […]