ପ୍ରମୁଖ ଖବର
ଚେନ୍ନାଇ ଯାଉଥିବା ବିମାନରେ ନିଆଁ, ଜରୁରୀ ଅବତରଣ
ନୂଆଦିଲ୍ଲୀ : ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଏକ ଇଣ୍ଡିଗୋ ବିମାନ ଲଗେଜ କମ୍ପାର୍ଟମେଣ୍ଟରେ ନିଆଁ ଲାଗିଯିବାରୁ ବିମାନକୁ ହାଇଦ୍ରାବାଦରେ ଜରୁରି ଅବତରଣ କରିବାକୁ ପଡିଛି । ବିମାନଟି ମଧ୍ୟାହ୍ନ ୧.୩୦ରେ ଦିଲ୍ଲୀ ବିମାନ ବନ୍ଦର ଛାଡିଥିଲା । ଅପରାହ୍ନ ୪ଟାରେ ଏହା ଚେନ୍ନାଇରେ ଅବତରଣ କରିବାର ଥିଲା । ତେବେ ଜଣେ ଯାତ୍ରୀଙ୍କ ଲଗେଜରେ ଥିବା ପାୱାରବ୍ୟାଙ୍କ ଫାଟିଯିବାରୁ ସେଥିରେ ନିଆଁ ଲାଗିଯାଇଥିବା ଦେଖିବାକୁ ମିଳିଥିଲା । ନିଆଁ ଲାଗିଯିବା ଫଳରେ ଯାତ୍ରୀମାନଙ୍କ ଭିତରେ ଆତଙ୍କ ଖେଳି […]
ଦେଶର ଐତିହ୍ୟ ଓ ଭବିଷ୍ୟତର ଆକାଂକ୍ଷା ଏକାସାଙ୍ଗରେ ଆଗକୁ ବଢ଼ୁଛି : ପ୍ରଧାନମନ୍ତ୍ରୀ
ଚେନ୍ନାଇ : ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ ରେଳ, ମେଟ୍ରୋ, ରାଜପଥ, ବନ୍ଦର, ପେଟ୍ରୋଲିୟମ ଓ ଶିକ୍ଷା କ୍ଷେତ୍ର ସହ ଜଡ଼ିତ ବିଭିନ୍ନ ବିକାଶ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରି ସେ ଏହା କହିଛନ୍ତି । ଏହି ପ୍ରକଳ୍ପଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ୧୩ ହଜାର କୋଟି ଟଙ୍କା। ମୋଦି କହିଛନ୍ତି, ତାମିଲନାଡୁକୁ ଏକ […]
ସୋମବାର କଟକଚଣ୍ଡୀ ମନ୍ଦିର ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
କଟକ : ଆସନ୍ତା ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ଗସ୍ତରେ ଆସିବେ । ମୁଖ୍ୟମନ୍ତ୍ରୀଙ୍କ ଏହି ଦିନିକିଆ ଗସ୍ତରେ କଟକ ସହରରେ ଏକାଧିକ କାର୍ଯ୍ୟକ୍ରମ ରହିଛି । ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରିବେ । ଚଣ୍ଡୀମନ୍ଦିର ଉଦ୍ଘାଟନ ପରେ ଗଡ଼ଗଡ଼ିଆ ଘାଟ ନିକଟରେ ଥିବା କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ସହ ବାଲିଯାତ୍ରା ପଡ଼ିଆରେ ଥିବା କଟକ ଇନ୍ କଟକ ଯିବେ । ସର୍କିଟ୍ ହାଉସ୍ରେ ବିଶ୍ରାମ […]
ଗାଁ ଦାଣ୍ଡରେ ନିଶାପ ନାହିଁ, ଥାନାରେ ଭିଡ !
ଭାଇଚାରା ଭାଙ୍ଗୁଛି, ବଢୁଛି ଶତ୍ରୁତା ! ଅସ୍ତରଙ୍ଗ :- ଦିନେ ଗାଁ ମୁଣ୍ଡ ଭାଗବତ ଟୁଙ୍ଗି, ଗାଁ ଚାନ୍ଦିନୀ କିମ୍ବା ବରଗଛ ମୂଳ ଥିଲା ଗାଁର କୋର୍ଟ। ଘରୋଇ କଳି, ଜମିବାଡି ବିବାଦ, ଝଗଡା ସବୁ ମୁରବିଙ୍କ ଗୋଟିଏ କଥାରେ ଶେଷ ହୋଇଯାଉଥିଲା। ବାବା ଲୋକନାଥ, ବୁଧେଶ୍ୱର, ପଶ୍ଚିମେଶ୍ୱର, ଗ୍ରାମେଶ୍ୱରଙ୍କ ନାଁ ଧରି ଶପଥ କଲେ ସବୁ ସରିଯାଉଥିଲା। ମୁରବି ଯାହା କହିବେ ତାହା ସମସ୍ତେ ଶିରୋଧାର୍ଯ୍ୟ କରୁଥିଲେ। ବିନା ପଇସାରେ ନ୍ୟାୟ ମିଳୁଥିଲା। ଏବେ ସେ […]
୨୦୨୭ ନିର୍ବାଚନ ପୂର୍ବରୁ ଯୋଗୀ-ଅଖିଳେଶ ମୁହାଁମୁହିଁ
ଅଯୋଧ୍ୟା : ଉତ୍ତରପ୍ରଦେଶ ରାଜନୀତିରେ ଅଯୋଧ୍ୟା ଆସନକୁ ନେଇ ବଢ଼ିଲା ରାଜନୈତିକ ଉଷ୍ମତା। ୨୦୨୭ ୟୁପି ବିଧାନସଭା ନିର୍ବାଚନରେ ଅଯୋଧ୍ୟାରୁ ଲଢ଼ିବାକୁ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ଯୋଗୀ କହିଛନ୍ତି, ଅଖିଳେଶ ଅଯୋଧ୍ୟାରୁ ପ୍ରାର୍ଥୀ ହେଲେ ସେ ମଧ୍ୟ ସେଠାରୁ ନିର୍ବାଚନ ଲଢ଼ିବେ ଏବଂ ଉଭୟଙ୍କ ମଧ୍ୟରେ ସିଧାସଳଖ ଲଢ଼େଇ ହେଉ। ଏହାର ଜବାବ ଦେଇ ଅଖିଳେଶ କହିଛନ୍ତି, ବିଜେପିକୁ ହରାଇବା ପାଇଁ ସମାଜବାଦୀ ପାର୍ଟିର ଜଣେ […]
ଫ୍ଲାଏଦୁବାଇ ବିମାନରେ ଭାରତୀୟ କ୍ୟାପ୍ଟେନଙ୍କୁ ଆକ୍ରମଣ ଘଟଣା: ମାମଲା ରୁଜୁ କଲା ଏନଆଇଏ
ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ ଫ୍ଲାଏଦୁବାଇ ଆକ୍ରମଣ ଘଟଣାରେ ମାମଲା ରୁଜୁ କରିଛି ଜାତୀୟ ତଦନ୍ତକାରୀ ସଂସ୍ଥା ବା ଏନଆଇଏ। ଦୁବାଇରୁ ଇସ୍ରାଏଲ ଯାଉଥିବା ବିମାନର କକପିଟ୍ରେ ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛାରଙ୍କୁ ଆକ୍ରମଣ କରାଯାଇଥିଲା। କକପିଟ୍ରେ ଥିବା ଓମାନର ସହ ପାଇଲଟ ଏପରି ଆକ୍ରମଣ କରିଥିଲେ। ସେ ମଚ୍ଛାରଙ୍କୁ ଆକ୍ରମଣ କରି ବିମାନକୁ କ୍ରାଶ କରିବାକୁ ଚାହୁଁଥିଲେ ହେଁ ଏହା ସମ୍ଭବ ହୋଇ ନଥିଲା। ବିମାନଟି ସାଉଦି ଆରବରେ ଜରୁରୀ ଅବତରଣ କରିଥିଲା। ସେପ୍ଟେମ୍ବର ୩୦ […]
ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ‘ଜେଡ୍ ପ୍ଲସ୍’ (Z+) ସୁରକ୍ଷା
ନୂଆଦିଲ୍ଲୀ: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଭୋଟର ତାଲିକା ସ୍ୱତନ୍ତ୍ର ସଂଶୋଧନ ପ୍ରକ୍ରିୟାକୁ ନେଇ ଚାଲିଥିବା ବିବାଦ ଏବଂ ବିରୋଧୀ ଦଳଗୁଡ଼ିକର କ୍ରମାଗତ ପ୍ରତିବାଦ ଓ ପ୍ରଦର୍ଶନକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ତାଙ୍କୁ ‘ଜେଡ୍ ପ୍ଲସ୍’ (Z+) ସୁରକ୍ଷା ବଳୟ ପ୍ରଦାନ କରିଛନ୍ତି। ଗୁପ୍ତଚର ଏଜେନ୍ସିଗୁଡ଼ିକର ସୁରକ୍ଷା ଆକଳନଏବଂ ଦିଲ୍ଲୀ ଓ ଆଗ୍ରା ସ୍ଥିତ ବାସଭବନ ବାହାରେ ହୋଇଥିବା ପ୍ରଦର୍ଶନ ପରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।ମୁଖ୍ୟ ନିର୍ବାଚନ କମିଶନରଙ୍କ […]
୫ ରାଜ୍ୟ ଗସ୍ତ କରିବେ ଡେପୁଟି ଇସି
ନୂଆଦିଲ୍ଲୀ: ଦେଶର ୫ଟି ରାଜ୍ୟରେ ଆଗାମୀ ଦିନରେ ହେବାକୁ ଥିବା ଗୁରୁତ୍ବପୂର୍ଣ୍ଣ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ କମିସନଙ୍କ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ବିଭିନ୍ନ ରାଜ୍ୟରେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବା ପାଇଁ ଡେପୁଟି ନିର୍ବାଚନ କମିସନରଙ୍କ ନେତୃତ୍ୱରେ କମିସନଙ୍କ ବରିଷ୍ଠ ଅଧିକାରୀମାନଙ୍କ ଏକ ସ୍ୱତନ୍ତ୍ର ଟିମ୍ ଚଳିତ ସପ୍ତାହରୁ ୫ଟି ରାଜ୍ୟକୁ ଗସ୍ତ ଆରମ୍ଭ କରିବେ। ସରକାରୀ ସୂତ୍ର ଅନୁଯାୟୀ, ଚଳିତ ସପ୍ତାହରେ ନିର୍ବାଚନ କମିସନଙ୍କ ଦଳ ପ୍ରଥମେ ଗୋଆ ଗସ୍ତ କରିବେ ଏବଂ ଏହାପରେ ଆଗାମୀ […]
ମସଜିଦ ଉଚ୍ଛେଦକୁ ନେଇ ଲଙ୍କାକାଣ୍ଡ
ଉଜ୍ଜୟୀନ : ଅଶାନ୍ତ ହୋଇଛି ମଧ୍ୟପ୍ରଦେଶର ଉଜ୍ଜୟୀନ। ଏଠାରେ ଗୋଟିଏ ପୁରାତନ ମସଜିଦର କିଛି ଅଂଶକୁ ଉଚ୍ଛେଦ ପାଇଁ ପ୍ରଶାସନ ଉଦ୍ୟମ କରିବା ବେଳେ ସୃଷ୍ଟି ହୋଇଛି ଉତ୍ତେଜନା। ରାସ୍ତା ସଂପ୍ରସାରଣ ପାଇଁ ପ୍ରସିଦ୍ଧ ଶାହି ମସଜିଦର କିଛି ଅଂଶକୁ ପ୍ରଶାସନ ଭାଙ୍ଗିବାକୁ ଚେଷ୍ଟା କରିବା କ୍ଷଣି ଏହାକୁ ବିରୋଧ କରାଯାଇଛି। ଏହାକୁ ନେଇ ପଥର ମାଡ଼ ହେବାରୁ ପୁଲିସ୍ ବିକ୍ଷୋଭକାରୀଙ୍କ ଉପରେ ଲାଠିଚାର୍ଜ କରିବା ସହ ଲୁହ ବୁହା ଗ୍ୟାସ ପ୍ରୟୋଗ କରିଛି। ଏହାକୁ ନେଇ […]
ଏସଆଇଆର୍ କୁ ନେଇ ଇସିଆଇଙ୍କ ବଡ଼ ନିଷ୍ପତ୍ତି
ଘରକୁ ଯାଇ ଦସ୍ତାବିଜ ସଂଗ୍ରହ କରିବେ ବିଏଲଓ ନୂଆଦିଲ୍ଲୀ: ଏସଆଇଆରକୁ ନେଇ ବିବାଦ ମଧ୍ୟରେ ଶନିବାର ନିର୍ବାଚନ କମିଶନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ସହ ନିର୍ବାଚନ କମିଶନର ଡ. ସୁଖବୀର ସିଂହ ସାନ୍ଧୁ ଓ ଡ. ବିବେକ ଜୋଶୀ ବୈଠକରେ ଉପସ୍ଥିତ ଥିଲେ। ବୈଠକ ପରେ କମିଶନ ପକ୍ଷରୁ ଅନେକ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦିଆଯାଇଛି। କମିଶନଙ୍କ ନିଷ୍ପତ୍ତି ଅନୁସାରେ, ଏସଆଇଆରରେ ନୋଟିସ୍ ପାଇଥିବା ଲୋକଙ୍କ ଘରକୁ ବିଏଲଓମାନେ […]
