BJP odisha
କଟକରେ ବିଜେପିର ଦୁଇଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ
କଟକ: କଟକସ୍ଥିତ ଅଣ୍ଡର୍ ଷ୍ଟାଡିୟମ୍ ପରିସରରେ ରାଜ୍ୟ ବିଜେପିର ଦୁଇଦିନିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ ହୋଇଛି। ବୈଠକକୁ ଉଦ୍ଘାଟନ କରି ବିଜେପିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ସୁନୀଲ ବଂଶଲ ଦଳୀୟ ନେତା ଓ କର୍ମକର୍ତ୍ତାଙ୍କୁ ସାଂଗଠନିକ କାର୍ଯ୍ୟ ସମ୍ପର୍କରେ ମାର୍ଗଦର୍ଶନ ଦେଇଛନ୍ତି। ସରକାରୀ ପଦପଦବିରେ ନିଯୁକ୍ତି ପ୍ରସଙ୍ଗରେ ସରକାରଙ୍କ ନିଷ୍ପତ୍ତି ସମ୍ପୂର୍ଣ୍ଣ ହୋଇଥିବାରୁ ବ୍ୟକ୍ତିଗତ ଆଶା ଓ ଆକାଂକ୍ଷାକୁ ପଛରେ ରଖି ସାଂଗଠନିକ ସ୍ୱାର୍ଥ ପାଇଁ କାମ କରିବାକୁ ଶ୍ରୀ ବଂଶଲ କର୍ମକର୍ତ୍ତାଙ୍କୁ ପରାମର୍ଶ ଦେଇଛନ୍ତି। […]
କଟକରେ ୫ ଓ ୬ରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ
କଟକ: ଆସନ୍ତା ୫ ଓ ୬ ତାରିଖରେ କଟକରେ ବିଜେପିର ଦୁଇଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। କଟକ ଇନ୍ଡୋର ଷ୍ଟାଡିୟମ୍ରେ ଏହି ବୈଠକ ଆୟୋଜିତ ହେବାକୁ ଥିବା ବେଳେ ଏଥିରେ ରାଜ୍ୟସ୍ତରୀୟ ନେତୃତ୍ୱ ସମେତ ୪୦୦ରୁ ଅଧିକ କାର୍ଯ୍ୟକର୍ତ୍ତା ଯୋଗଦେବେ। ବୈଠକରେ ବିଜେପିର ଜାତୀୟ ସାଧାରଣ ସମ୍ପାଦକ ସୁନୀଲ ବଂଶଲ ଯୋଗଦେବେ। ଏଥିସହ ମୁଖ୍ୟମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ସମସ୍ତ ମନ୍ତ୍ରୀ ଓ ବିଧାୟକଙ୍କ ସମେତ ଦଳର ବରିଷ୍ଠ ନେତାମାନେ ଉପସ୍ଥିତ ରହିବେ। ଦୁଇଦିନିଆ ବୈଠକରେ […]
